11ଉପସ୍ଥିତ ଯାଜକ ସମସ୍ତେ ଆପଣାମାନଙ୍କୁ ପବିତ୍ର କରିଥିଲେ ଓ ଆପଣା ଆପଣା ପାଳିର କର୍ମ କରୁ ନ ଥିଲେ।
12ମଧ୍ୟ ଲେବୀୟ ଗାୟକ ସମସ୍ତେ, ଅର୍ଥାତ୍, ଆସଫ, ହେମନ, ଯିଦୂଥୂନ୍ ଓ ସେମାନଙ୍କ ପୁତ୍ର ଓ ଭାଇଗଣ କ୍ଷୌମବସ୍ତ୍ର ପିନ୍ଧି କରତାଳ ଓ ନେବଲ ଓ ବୀଣା ଧରି ଯଜ୍ଞବେଦିର ପୂର୍ବ ଦିଗରେ ଠିଆ ହୋଇଥିଲେ ଓ ସେମାନଙ୍କ ସଙ୍ଗେ ତୂରୀବାଦକ ଏକ ଶହ କୋଡ଼ିଏ ଜଣ ଯାଜକ ଥିଲେ; ତହୁଁ ଯାଜକମାନେ ପବିତ୍ର ସ୍ଥାନରୁ ବାହାର ହୋଇ ଆସନ୍ତେ,
13ସେହି ତୂରୀବାଦକ ଓ ଗାୟକ ସମସ୍ତେ ଏକସ୍ୱରରେ ସଦାପ୍ରଭୁଙ୍କ ପ୍ରଶଂସା ଓ ଧନ୍ୟବାଦ କରିବାକୁ ଏକ ହୁଅନ୍ତେ, “ପୁଣି ସଦାପ୍ରଭୁ ମଙ୍ଗଳମୟ, କାରଣ ତାହାଙ୍କର କରୁଣା ସଦାକାଳସ୍ଥାୟୀ,” ଏହା ବୋଲି ସେମାନେ ତୂରୀ ଓ କରତାଳ ଓ ବାଦ୍ୟଯନ୍ତ୍ର ସହିତ ଉଚ୍ଚସ୍ୱରରେ ତାହାଙ୍କର ପ୍ରଶଂସାଧ୍ୱନି କରନ୍ତେ, ସେହି ଗୃହ, ଅର୍ଥାତ୍, ସଦାପ୍ରଭୁଙ୍କ ଗୃହ ଏକ ମେଘରେ ଏରୂପ ପରିପୂର୍ଣ୍ଣ ହେଲା
14ଯେ, ଯାଜକମାନେ ସେହି ମେଘ ସକାଶୁ ପରିଚର୍ଯ୍ୟା କରିବାକୁ ଠିଆ ହୋଇ ପାରିଲେ ନାହିଁ; କାରଣ ସଦାପ୍ରଭୁଙ୍କ ପ୍ରତାପ ପରମେଶ୍ୱରଙ୍କ ଗୃହକୁ ପରିପୂର୍ଣ୍ଣ କଲା।