5ପୁଣି ସେମାନେ ସିନ୍ଦୁକ ଓ ସମାଗମ-ତମ୍ବୁ ଓ ତମ୍ବୁସ୍ଥିତ ସମସ୍ତ ପବିତ୍ର ପାତ୍ର ଆଣିଲେ; ଲେବୀୟ ଯାଜକମାନେ ତାହାସବୁ ଆଣିଲେ।
6ଆଉ ଶଲୋମନ ରାଜା ଓ ତାଙ୍କ ନିକଟରେ ଏକତ୍ରିତ ଇସ୍ରାଏଲର ସମଗ୍ର ମଣ୍ଡଳୀ ସିନ୍ଦୁକ ସମ୍ମୁଖରେ ଥାଇ ଏତେ ପରିମାଣରେ ମେଷ ଓ ଗୋରୁ ବଳିଦାନ କଲେ, ଯେ ତାହାସବୁ ଅସଂଖ୍ୟ ଓ ଅଗଣ୍ୟ ଥିଲା।
7ତହୁଁ ଯାଜକମାନେ ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ତହିଁର ସ୍ଥାନକୁ, ଅର୍ଥାତ୍, ଗୃହର ଗର୍ଭାଗାର, ମହାପବିତ୍ର ସ୍ଥାନ, କିରୂବଦ୍ୱୟର ପକ୍ଷ ତଳକୁ ଆଣିଲେ।
8ସେହି କିରୂବମାନେ ସିନ୍ଦୁକ-ସ୍ଥାନ ଉପରେ ପକ୍ଷ ବିସ୍ତାର କରିଥିଲେ ଓ କିରୂବମାନେ ଊର୍ଦ୍ଧ୍ୱରୁ ସିନ୍ଦୁକ ଓ ତହିଁର ସାଙ୍ଗୀ ଆଚ୍ଛାଦନ କଲେ।
9ପୁଣି ସେହି ସାଙ୍ଗୀ ଏତେ ଲମ୍ବ ଥିଲା ଯେ, ତହିଁର ଅଗ୍ରଭାଗ ଗର୍ଭାଗାର ସମ୍ମୁଖରେ ସିନ୍ଦୁକଠାରୁ ଦେଖାଗଲା; ମାତ୍ର ବାହାରକୁ ଦେଖାଗଲା ନାହିଁ; ଆଜି ପର୍ଯ୍ୟନ୍ତ ତାହା ସେହି ସ୍ଥାନରେ ଅଛି।