27ତେବେ ତୁମ୍ଭେ ସ୍ୱର୍ଗରେ ଥାଇ ତାହା ଶୁଣ ଓ ସେମାନଙ୍କର ଗନ୍ତବ୍ୟ ସତ୍ପଥ ବିଷୟରେ ଶିକ୍ଷା ଦେଇ ଆପଣା ଦାସମାନଙ୍କର ଓ ଆପଣା ଲୋକ ଇସ୍ରାଏଲର ପାପ କ୍ଷମା କର; ପୁଣି ତୁମ୍ଭ ଲୋକମାନଙ୍କ ଅଧିକାରାର୍ଥେ ଦତ୍ତ ତୁମ୍ଭ ଦେଶ ଉପରେ ବୃଷ୍ଟି କର।
28ଯଦି ଦେଶରେ ଦୁର୍ଭିକ୍ଷ ହୁଏ, କିମ୍ବା ମହାମାରୀ ହୁଏ, ଶସ୍ୟର ଶୋଷ କି ମ୍ଳାନି, କିଅବା ପଙ୍ଗପାଳ ବା କୀଟ ହୁଏ; କିମ୍ବା ଯଦି ସେମାନଙ୍କ ଶତ୍ରୁଗଣ ସେମାନଙ୍କ ଦେଶସ୍ଥ ନଗରସମୂହରେ ସେମାନଙ୍କୁ ଅବରୋଧ କରନ୍ତି; କୌଣସି ମାରୀ କି କୌଣସି ରୋଗ ଘଟେ;
29ତେବେ ଆପଣା ଆପଣା ପୀଡ଼ା ଓ ଦୁଃଖ ଜାଣି କୌଣସି ଲୋକ କିଅବା ତୁମ୍ଭର ସମଗ୍ର ଇସ୍ରାଏଲ ଲୋକ ଏହି ଗୃହ ଆଡ଼େ ହସ୍ତ ବିସ୍ତାର କରି କୌଣସି ପ୍ରାର୍ଥନା କି ବିନତି କଲେ,
30ତୁମ୍ଭେ ଆପଣା ନିବାସ ସ୍ଥାନ ସ୍ୱର୍ଗରୁ ତାହା ଶ୍ରବଣ କରି କ୍ଷମା କର, ଆଉ ପ୍ରତ୍ୟେକ ମନୁଷ୍ୟର ଅନ୍ତଃକରଣ ଜାଣି ତାହାର ସକଳ ଗତି ଅନୁସାରେ ପ୍ରତିଫଳ ଦିଅ, କାରଣ ତୁମ୍ଭେ, କେବଳ ତୁମ୍ଭେ ହିଁ ମନୁଷ୍ୟ-ସନ୍ତାନଗଣର ଅନ୍ତଃକରଣ ଜାଣୁଅଛ।
31ତାହାହେଲେ, ତୁମ୍ଭେ ଆମ୍ଭମାନଙ୍କ ପୂର୍ବପୁରୁଷଗଣକୁ ଯେଉଁ ଦେଶ ଦେଇଅଛ, ତହିଁରେ ସେମାନଙ୍କ ବସତିର ସମସ୍ତ ଦିନ ତୁମ୍ଭ ପଥରେ ଚାଲିବା ପାଇଁ ସେମାନେ ତୁମ୍ଭଙ୍କୁ ଭୟ କରିବେ।