5‘ଆମ୍ଭେ ଆପଣା ଲୋକମାନଙ୍କୁ ମିସର ଦେଶରୁ ବାହାର କରି ଆଣିବା ଦିନଠାରୁ ଆମ୍ଭ ନାମ ସ୍ଥାପନାର୍ଥେ ଗୃହ ନିର୍ମାଣ କରିବା ପାଇଁ ଇସ୍ରାଏଲର ସମୁଦାୟ ବଂଶ ମଧ୍ୟରୁ କୌଣସି ନଗର ମନୋନୀତ କରି ନାହୁଁ; କିଅବା ଆମ୍ଭ ଲୋକ ଇସ୍ରାଏଲର ଅଗ୍ରଣୀ ହେବା ପାଇଁ କୌଣସି ଲୋକ ମନୋନୀତ କରି ନାହୁଁ;
6ମାତ୍ର ଆମ୍ଭେ ଆପଣା ନାମ ସ୍ଥାପନାର୍ଥେ ଯିରୂଶାଲମକୁ ମନୋନୀତ କରିଅଛୁ ଓ ଆମ୍ଭ ଲୋକ ଇସ୍ରାଏଲର ଅଧ୍ୟକ୍ଷ ହେବା ପାଇଁ ଦାଉଦଙ୍କୁ ମନୋନୀତ କରିଅଛୁ।’
7ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କ ନାମ ଉଦ୍ଦେଶ୍ୟରେ ଗୋଟିଏ ଗୃହ ନିର୍ମାଣ କରିବାକୁ ମୋʼ ପିତା ଦାଉଦଙ୍କର ମନସ୍ଥ ଥିଲା।
8ମାତ୍ର ସଦାପ୍ରଭୁ ମୋʼ ପିତା ଦାଉଦଙ୍କୁ କହିଲେ, ‘ଆମ୍ଭ ନାମ ଉଦ୍ଦେଶ୍ୟରେ ଏକ ଗୃହ ନିର୍ମାଣ କରିବାକୁ ତୁମ୍ଭର ମନସ୍ଥ ଅଛି, ତୁମ୍ଭର ଏହି ମନସ୍ଥ କରିବା ଉତ୍ତମ;
9ତଥାପି ତୁମ୍ଭେ ସେହି ଗୃହ ନିର୍ମାଣ କରିବ ନାହିଁ; ମାତ୍ର ତୁମ୍ଭ ଔରସଜାତ ତୁମ୍ଭ ପୁତ୍ର ଆମ୍ଭ ନାମ ଉଦ୍ଦେଶ୍ୟରେ ଗୃହ ନିର୍ମାଣ କରିବ।’