7ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କ ନାମ ଉଦ୍ଦେଶ୍ୟରେ ଗୋଟିଏ ଗୃହ ନିର୍ମାଣ କରିବାକୁ ମୋʼ ପିତା ଦାଉଦଙ୍କର ମନସ୍ଥ ଥିଲା।
8ମାତ୍ର ସଦାପ୍ରଭୁ ମୋʼ ପିତା ଦାଉଦଙ୍କୁ କହିଲେ, ‘ଆମ୍ଭ ନାମ ଉଦ୍ଦେଶ୍ୟରେ ଏକ ଗୃହ ନିର୍ମାଣ କରିବାକୁ ତୁମ୍ଭର ମନସ୍ଥ ଅଛି, ତୁମ୍ଭର ଏହି ମନସ୍ଥ କରିବା ଉତ୍ତମ;
9ତଥାପି ତୁମ୍ଭେ ସେହି ଗୃହ ନିର୍ମାଣ କରିବ ନାହିଁ; ମାତ୍ର ତୁମ୍ଭ ଔରସଜାତ ତୁମ୍ଭ ପୁତ୍ର ଆମ୍ଭ ନାମ ଉଦ୍ଦେଶ୍ୟରେ ଗୃହ ନିର୍ମାଣ କରିବ।’
10ପୁଣି ସଦାପ୍ରଭୁ ଆପଣାର ଉକ୍ତ ଏହି କଥା ସଫଳ କରିଅଛନ୍ତି; କାରଣ ସଦାପ୍ରଭୁଙ୍କ ପ୍ରତିଜ୍ଞାନୁସାରେ ମୁଁ ଆପଣା ପିତା ଦାଉଦଙ୍କ ପଦରେ ଉତ୍ପନ୍ନ ଓ ଇସ୍ରାଏଲର ସିଂହାସନରେ ଉପବିଷ୍ଟ ହୋଇ ଇସ୍ରାଏଲର ପରମେଶ୍ୱର ସଦାପ୍ରଭୁଙ୍କ ନାମ ଉଦ୍ଦେଶ୍ୟରେ ସେହି ଗୃହ ନିର୍ମାଣ କଲେ।
11ଆଉ ମୁଁ ତହିଁରେ ଇସ୍ରାଏଲ-ସନ୍ତାନଗଣ ସହିତ ସଦାପ୍ରଭୁଙ୍କ କୃତ ନିୟମର ଆଧାର-ସିନ୍ଦୁକ ସ୍ଥାପନ କରିଅଛି।”