ଦ୍ବିତୀୟ ବଂଶାବଳୀ 7

ଆଉ ଅଗ୍ନି ଓହ୍ଲାଇବା ବେଳେ ଓ ଗୃହ ଉପରେ ସଦାପ୍ରଭୁଙ୍କ ପ୍ରତାପ ଅବସ୍ଥିତି କରିବା ବେଳେ ସମଗ୍ର ଇସ୍ରାଏଲ ସନ୍ତାନ ତାହା ଦେଖିଲେ ଓ ସେମାନେ ଚଟାଣ ଉପରେ ଭୂମିରେ ମୁହଁ ମାଡ଼ି ପଡ଼ି ପ୍ରଣାମ କଲେ, ପୁଣି ସଦାପ୍ରଭୁଙ୍କର ଧନ୍ୟବାଦ କରି କହିଲେ, “ସେ ମଙ୍ଗଳମୟ, ତାହାଙ୍କର କରୁଣା ସଦାକାଳସ୍ଥାୟୀ।”

2 Chronicles 7:3 (UKJV) And when all the children of Israel saw how the fire came down, and the glory of the LORD upon the house, they bowed themselves with their faces to the ground upon the pavement, and worshipped, and praised the LORD, saying, For he is good; for his mercy endures for ever.

1ଶଲୋମନ ପ୍ରାର୍ଥନା କରିବାର ସମାପ୍ତ କରନ୍ତେ, ଆକାଶରୁ ଅଗ୍ନି ଓହ୍ଲାଇ ଆସି ହୋମ ଓ ବଳିଦାନ ସବୁକୁ ଗ୍ରାସ କଲା ଓ ସଦାପ୍ରଭୁଙ୍କର ପ୍ରତାପ ଗୃହକୁ ପରିପୂର୍ଣ୍ଣ କଲା।

2ଏଣୁ ଯାଜକମାନେ ସଦାପ୍ରଭୁଙ୍କ ଗୃହରେ ପ୍ରବେଶ କରି ପାରିଲେ ନାହିଁ, କାରଣ ସଦାପ୍ରଭୁଙ୍କ ପ୍ରତାପ ସଦାପ୍ରଭୁଙ୍କ ଗୃହକୁ ପରିପୂର୍ଣ୍ଣ କଲା।

3ଆଉ ଅଗ୍ନି ଓହ୍ଲାଇବା ବେଳେ ଓ ଗୃହ ଉପରେ ସଦାପ୍ରଭୁଙ୍କ ପ୍ରତାପ ଅବସ୍ଥିତି କରିବା ବେଳେ ସମଗ୍ର ଇସ୍ରାଏଲ ସନ୍ତାନ ତାହା ଦେଖିଲେ ଓ ସେମାନେ ଚଟାଣ ଉପରେ ଭୂମିରେ ମୁହଁ ମାଡ଼ି ପଡ଼ି ପ୍ରଣାମ କଲେ, ପୁଣି ସଦାପ୍ରଭୁଙ୍କର ଧନ୍ୟବାଦ କରି କହିଲେ, “ସେ ମଙ୍ଗଳମୟ, ତାହାଙ୍କର କରୁଣା ସଦାକାଳସ୍ଥାୟୀ।”

4ତହୁଁ ରାଜା ଓ ସମଗ୍ର ଲୋକ ସଦାପ୍ରଭୁଙ୍କ ସମ୍ମୁଖରେ ବଳି ଉତ୍ସର୍ଗ କଲେ।

5ପୁଣି ଶଲୋମନ ରାଜା ବାଇଶ ହଜାର ଗୋରୁ ଓ ଏକ ଲକ୍ଷ କୋଡ଼ିଏ ହଜାର ମେଷ ବଳିଦାନ କଲେ। ଏହିରୂପେ ରାଜା ଓ ସମସ୍ତ ଲୋକ ପରମେଶ୍ୱରଙ୍କ ଗୃହ ପ୍ରତିଷ୍ଠା କଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.