7ଆହୁରି ଶଲୋମନ ସଦାପ୍ରଭୁଙ୍କ ଗୃହ ସମ୍ମୁଖସ୍ଥିତ ପ୍ରାଙ୍ଗଣର ମଧ୍ୟଦେଶ ପବିତ୍ର କଲେ; କାରଣ ସେ ସେଠାରେ ହୋମବଳି ଓ ମଙ୍ଗଳାର୍ଥକ ବଳିର ମେଦ ଉତ୍ସର୍ଗ କଲେ; ଯେହେତୁ ଶଲୋମନ ନିର୍ମିତ ପିତ୍ତଳମୟ ଯଜ୍ଞବେଦି, ହୋମବଳି ଓ ଭକ୍ଷ୍ୟ ନୈବେଦ୍ୟ ଓ ମେଦକୁ ଧରି ପାରିଲା ନାହିଁ।
8ଏହିରୂପେ ସେସମୟରେ ଶଲୋମନ ଓ ତାଙ୍କ ସଙ୍ଗେ ହମାତ୍ର ପ୍ରବେଶ ସ୍ଥାନଠାରୁ ମିସରର ନଦୀ ପର୍ଯ୍ୟନ୍ତ ସମଗ୍ର ଇସ୍ରାଏଲର ମହାସମାଜ ସାତ ଦିନ ପର୍ଯ୍ୟନ୍ତ ଉତ୍ସବ କଲେ।
9ପୁଣି ଅଷ୍ଟମ ଦିନରେ ସେମାନେ ମହାସଭା କଲେ; କାରଣ ସେମାନେ ସାତ ଦିନ ଯଜ୍ଞବେଦିର ପ୍ରତିଷ୍ଠା ଓ ସାତ ଦିନ ଉତ୍ସବ କଲେ।
10ଆଉ ସେ ସପ୍ତମ ମାସର ତେଇଶ ଦିନରେ ଲୋକମାନଙ୍କୁ ସେମାନଙ୍କ ତମ୍ବୁକୁ ବିଦାୟ କଲେ; ସଦାପ୍ରଭୁ ଦାଉଦଙ୍କ ପ୍ରତି ଓ ଶଲୋମନଙ୍କ ପ୍ରତି ଓ ଆପଣା ଲୋକ ଇସ୍ରାଏଲ ପ୍ରତି ଯେଉଁ ମଙ୍ଗଳ ଦେଖାଇଥିଲେ, ତହିଁ ସକାଶୁ ସେମାନେ ଆନନ୍ଦିତ ଓ ହୃଷ୍ଟଚିତ୍ତ ହେଲେ।
11ଏହିରୂପେ ଶଲୋମନ ସଦାପ୍ରଭୁଙ୍କ ଗୃହ ଓ ରାଜଗୃହ ସମାପ୍ତ କଲେ; ପୁଣି ସଦାପ୍ରଭୁଙ୍କ ଗୃହରେ ଓ ଆପଣା ଗୃହରେ ଯାହା ଯାହା କରିବା ପାଇଁ ଶଲୋମନଙ୍କର ମନକୁ ଆସିଲା, ତାହାସବୁ ସେ କୁଶଳରେ ସାଧନ କଲେ।