9ମାତ୍ର ଶଲୋମନ ଆପଣା କର୍ମ ପାଇଁ ଇସ୍ରାଏଲ-ସନ୍ତାନଗଣ ମଧ୍ୟରୁ କାହାକୁ ଦାସ କଲେ ନାହିଁ; ସେମାନେ ଯୋଦ୍ଧା ଓ ପ୍ରଧାନ ସେନାପତି, ପୁଣି ତାଙ୍କର ରଥ ଓ ଅଶ୍ୱାରୋହୀମାନଙ୍କର ଅଧ୍ୟକ୍ଷ ହୋଇଥିଲେ।
10ଆଉ ଏମାନଙ୍କ ମଧ୍ୟରୁ ଦୁଇ ଶହ ପଚାଶ ଜଣ ଶଲୋମନ ରାଜାଙ୍କର ପ୍ରଧାନ ଅଧ୍ୟକ୍ଷ ଥିଲେ, ଏମାନେ ଲୋକମାନଙ୍କ ଉପରେ କର୍ତ୍ତୃତ୍ୱ କଲେ।
11ଏଉତ୍ତାରେ ଶଲୋମନ ଫାରୋର କନ୍ୟା ନିମନ୍ତେ ଯେଉଁ ଗୃହ ନିର୍ମାଣ କରିଥିଲେ, ସେହି ଗୃହକୁ ଦାଉଦ-ନଗରରୁ ତାହାକୁ ଆଣିଲେ; କାରଣ ସେ କହିଲେ, “ଆମ୍ଭର ଭାର୍ଯ୍ୟା ଇସ୍ରାଏଲର ରାଜା ଦାଉଦଙ୍କର ଗୃହରେ ବାସ କରିବ ନାହିଁ, ଯେହେତୁ ଯେଉଁ ଯେଉଁ ସ୍ଥାନକୁ ସଦାପ୍ରଭୁଙ୍କ ସିନ୍ଦୁକ ଆସିଅଛି, ସେସବୁ ସ୍ଥାନ ପବିତ୍ର।”
12ତହୁଁ ଶଲୋମନ ବାରଣ୍ଡା ସମ୍ମୁଖରେ ସଦାପ୍ରଭୁଙ୍କର ଯେଉଁ ଯଜ୍ଞବେଦି ନିର୍ମାଣ କରିଥିଲେ, ତହିଁ ଉପରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ହୋମବଳି ଉତ୍ସର୍ଗ କଲେ;
13ସେ ମୋଶାଙ୍କର ଆଜ୍ଞା ପ୍ରମାଣେ ବିଶ୍ରାମବାରରେ, ଅମାବାସ୍ୟାରେ ଓ ବର୍ଷକେ ତିନି ଥର ନିରୂପିତ ପର୍ବରେ, ଅର୍ଥାତ୍, ତାଡ଼ିଶୂନ୍ୟ ରୁଟିର ପର୍ବରେ, ସପ୍ତାହର ପର୍ବରେ ଓ ତମ୍ବୁବାସ ପର୍ବରେ ପ୍ରତି ଦିବସର କର୍ତ୍ତବ୍ୟତାର ପ୍ରୟୋଜନାନୁସାରେ ବଳି ଉତ୍ସର୍ଗ କଲେ।