16ସଦାପ୍ରଭୁଙ୍କ ଗୃହର ଭିତ୍ତିମୂଳ ସ୍ଥାପନ ଦିନକୁ ଓ ତହିଁର ସମାପ୍ତି ପର୍ଯ୍ୟନ୍ତ ଶଲୋମନଙ୍କର ସମସ୍ତ କାର୍ଯ୍ୟ ପ୍ରସ୍ତୁତ ହୋଇଥିଲା। ଏହିରୂପେ ସଦାପ୍ରଭୁଙ୍କ ଗୃହ ସମ୍ପୂର୍ଣ୍ଣ ହେଲା।
17ସେତେବେଳେ ଶଲୋମନ ଇଦୋମ୍ ଦେଶର ସମୁଦ୍ରତୀରସ୍ଥ ଇତ୍ସିୟୋନ-ଗେବରକୁ ଓ ଏଲତ୍କୁ ଗଲେ।
18ତହୁଁ ହୂରମ୍ ଆପଣା ଦାସମାନଙ୍କ ହସ୍ତରେ ତାଙ୍କ ନିକଟକୁ ଜାହାଜ ଓ ସାମୁଦ୍ରିକ କାର୍ଯ୍ୟ ଜାଣିଥିବା ଦାସମାନଙ୍କୁ ପଠାଇଲା; ପୁଣି ସେମାନେ ଶଲୋମନଙ୍କର ଦାସମାନଙ୍କ ସଙ୍ଗେ ଓଫୀରକୁ ଯାଇ ସେଠାରୁ ଶଲୋମନ ରାଜାଙ୍କ ନିକଟକୁ ଚାରି ଶହ ପଚାଶ ତାଳନ୍ତ ସୁନା ଆଣିଲେ।