1ଶଲୋମନ ସଦାପ୍ରଭୁଙ୍କ ଗୃହ ଓ ଆପଣା ଗୃହ କୋଡ଼ିଏ ବର୍ଷ ମଧ୍ୟରେ ନିର୍ମାଣ କଲେ।
2ତହିଁ ଉତ୍ତାରେ ହୂରମ୍ ଶଲୋମନଙ୍କୁ ଯେଉଁ ଯେଉଁ ଦେଇଥିଲା, ସେସବୁ ଶଲୋମନ ନିର୍ମାଣ କରି ତହିଁରେ ଇସ୍ରାଏଲ-ସନ୍ତାନଗଣକୁ ବାସ କରାଇଲେ।
3ଏଥିଉତ୍ତାରେ ଶଲୋମନ ହମାତ୍-ସୋବାକୁ ଯାଇ ତାହା ପରାସ୍ତ କଲେ।
4ପୁଣି ସେ ପ୍ରାନ୍ତରରେ ତଦ୍ମୋର ନଗର ଓ ହମାତ୍ତରେ ଭଣ୍ଡାର-ନଗରସବୁ ନିର୍ମାଣ କଲେ।
5ଆହୁରି ସେ ଉପରିସ୍ଥ ବେଥ୍-ହୋରଣ ଓ ନୀଚସ୍ଥ ବେଥ୍-ହୋରଣ, ପ୍ରାଚୀର-ବେଷ୍ଟିତ ଏହି ଦୁଇ ନଗର, ପ୍ରାଚୀର, ଦ୍ୱାର ଓ ଅର୍ଗଳ ସମେତ ନିର୍ମାଣ କଲେ;