4ପୁଣି ସେ ପ୍ରାନ୍ତରରେ ତଦ୍ମୋର ନଗର ଓ ହମାତ୍ତରେ ଭଣ୍ଡାର-ନଗରସବୁ ନିର୍ମାଣ କଲେ।
5ଆହୁରି ସେ ଉପରିସ୍ଥ ବେଥ୍-ହୋରଣ ଓ ନୀଚସ୍ଥ ବେଥ୍-ହୋରଣ, ପ୍ରାଚୀର-ବେଷ୍ଟିତ ଏହି ଦୁଇ ନଗର, ପ୍ରାଚୀର, ଦ୍ୱାର ଓ ଅର୍ଗଳ ସମେତ ନିର୍ମାଣ କଲେ;
6ଆଉ ବାଲତ୍ ଓ ଶଲୋମନଙ୍କର ସମସ୍ତ ଭଣ୍ଡାର ନଗର ଓ ଆପଣାର ରଥମାନଙ୍କ ନିମନ୍ତେ ସମସ୍ତ ନଗର ଓ ଆପଣାର ଅଶ୍ୱାରୂଢ଼ମାନଙ୍କ ନିମନ୍ତେ ସମସ୍ତ ନଗର, ପୁଣି ଯିରୂଶାଲମରେ ଓ ଲିବାନୋନରେ ଓ ଆପଣା ଅଧିକୃତ ଦେଶର ସର୍ବତ୍ର ଆପଣାର ସନ୍ତୋଷାର୍ଥେ ଯାହା ଯାହା ନିର୍ମାଣ କରିବାକୁ ଶଲୋମନ ଇଚ୍ଛା କଲେ, ତାହାସବୁ ସେ ନିର୍ମାଣ କଲେ।
7ଯେଉଁମାନେ ଇସ୍ରାଏଲ ସନ୍ତାନ ନୁହନ୍ତି, ଏପରି ଯେସବୁ ହିତ୍ତୀୟ ଓ ଇମୋରୀୟ ଓ ପରିଷୀୟ ଓ ହିବ୍ବୀୟ ଓ ଯିବୂଷୀୟ ଲୋକ ଅବଶିଷ୍ଟ ରହିଥିଲେ,
8ସେମାନଙ୍କ ଉତ୍ତାରେ ଦେଶରେ ଅବଶିଷ୍ଟ ସେମାନଙ୍କର ଯେଉଁ ସନ୍ତାନଗଣକୁ ଇସ୍ରାଏଲ-ସନ୍ତାନଗଣ ବିନାଶ କରି ନ ଥିଲେ, ସେମାନଙ୍କ ମଧ୍ୟରୁ ଆଜିଯାଏ ବେଠିକର୍ମ କରିବା ପାଇଁ ଶଲୋମନ ଦାସ ସଂଗ୍ରହ କଲେ।