8ସଦାପ୍ରଭୁ ଆପଣଙ୍କ ପରମେଶ୍ୱର ଧନ୍ୟ, ଯେ ଆପଣଙ୍କ ପ୍ରତି ସନ୍ତୁଷ୍ଟ ହୋଇ ସଦାପ୍ରଭୁ ଆପଣଙ୍କ ପରମେଶ୍ୱରଙ୍କ ପକ୍ଷରେ ରାଜା ହେବାକୁ ଆପଣା ସିଂହାସନରେ ଆପଣଙ୍କୁ ବସାଇ ଅଛନ୍ତି; ଯେଣୁ ଆପଣଙ୍କ ପରମେଶ୍ୱର ଇସ୍ରାଏଲକୁ ଅନନ୍ତକାଳସ୍ଥାୟୀ କରିବା ନିମନ୍ତେ ସେମାନଙ୍କୁ ପ୍ରେମ କରନ୍ତି; ଏହି ହେତୁରୁ ବିଚାର ଓ ନ୍ୟାୟ କରିବାକୁ ସେ ସେମାନଙ୍କ ଉପରେ ଆପଣଙ୍କୁ ରାଜା କଲେ।”
9ଏଉତ୍ତାରେ ସେ ରାଜାଙ୍କୁ ଏକ ଶହ କୋଡ଼ିଏ ତାଳନ୍ତ ସୁନା ଓ ଅତି ବିସ୍ତର ସୁଗନ୍ଧି ଦ୍ରବ୍ୟ ଓ ମଣି ଦେଲା; ଶିବାର ରାଣୀ ଶଲୋମନ ରାଜାଙ୍କୁ ଯେଉଁ ପ୍ରକାର ସୁଗନ୍ଧି ଦ୍ରବ୍ୟ ଦେଲା, ସେପ୍ରକାର ସୁଗନ୍ଧି ଦ୍ରବ୍ୟ ଆଉ ନ ଥିଲା।
10ପୁଣି ହୂରମ୍ର ଯେଉଁ ଦାସମାନେ ଓ ଶଲୋମନଙ୍କର ଯେଉଁ ଦାସମାନେ ଓଫୀରରୁ ସୁବର୍ଣ୍ଣ ଆଣିଲେ, ସେମାନେ ମଧ୍ୟ ଚନ୍ଦନ କାଷ୍ଠ ଓ ମଣି ଆଣିଲେ।
11ଆଉ ରାଜା ସେହି ଚନ୍ଦନ କାଷ୍ଠ ଦ୍ୱାରା ସଦାପ୍ରଭୁଙ୍କ ଗୃହ ଓ ରାଜଗୃହ ପାଇଁ ସୋପାନ ଓ ଗାୟକମାନଙ୍କ ନିମନ୍ତେ ବୀଣା ଓ ନେବଲ ପ୍ରସ୍ତୁତ କଲେ; ଏପରି ଚନ୍ଦନ କାଷ୍ଠ ପୂର୍ବରେ ଯିହୁଦା ଦେଶରେ ଦେଖାଯାଇ ନ ଥିଲା।
12ପୁଣି ଶିବାର ରାଣୀ ଯାହା ଯାହା ମାଗିଲା, ତାହାର ମନୋବାଞ୍ଛାନୁସାରେ ଶଲୋମନ ରାଜା ତାହାସବୁ ତାହାକୁ ଦେଲେ, (ତାହା ଛଡ଼ା ରାଜାଙ୍କ ନିକଟକୁ ତାହାର ଆନୀତ ଦ୍ରବ୍ୟର ପ୍ରତିଦାନ କଲେ) ଏଥିଉତ୍ତାରେ ରାଣୀ ଓ ତାହାର ଦାସମାନେ ଫେରି ଆପଣା ଦେଶକୁ ଗଲେ।