11ଆଉ ରାଜା ସେହି ଚନ୍ଦନ କାଷ୍ଠ ଦ୍ୱାରା ସଦାପ୍ରଭୁଙ୍କ ଗୃହ ଓ ରାଜଗୃହ ପାଇଁ ସୋପାନ ଓ ଗାୟକମାନଙ୍କ ନିମନ୍ତେ ବୀଣା ଓ ନେବଲ ପ୍ରସ୍ତୁତ କଲେ; ଏପରି ଚନ୍ଦନ କାଷ୍ଠ ପୂର୍ବରେ ଯିହୁଦା ଦେଶରେ ଦେଖାଯାଇ ନ ଥିଲା।
12ପୁଣି ଶିବାର ରାଣୀ ଯାହା ଯାହା ମାଗିଲା, ତାହାର ମନୋବାଞ୍ଛାନୁସାରେ ଶଲୋମନ ରାଜା ତାହାସବୁ ତାହାକୁ ଦେଲେ, (ତାହା ଛଡ଼ା ରାଜାଙ୍କ ନିକଟକୁ ତାହାର ଆନୀତ ଦ୍ରବ୍ୟର ପ୍ରତିଦାନ କଲେ) ଏଥିଉତ୍ତାରେ ରାଣୀ ଓ ତାହାର ଦାସମାନେ ଫେରି ଆପଣା ଦେଶକୁ ଗଲେ।
13ବର୍ଷକ ମଧ୍ୟରେ ଶଲୋମନଙ୍କ ନିକଟକୁ ଛଅ ଶହ ଛଷଠି ତାଳନ୍ତ ପରିମିତ ସୁନା ଆସେ;
14ତାହା ଛଡ଼ା ପାଇକର ଓ ବଣିକମାନେ ସୁନା ଆଣିଲେ; ପୁଣି ଆରବୀୟ ସମସ୍ତ ରାଜା ଓ ଦେଶାଧ୍ୟକ୍ଷମାନେ ଶଲୋମନଙ୍କ ନିକଟକୁ ସୁନା ଓ ରୂପା ଆଣିଲେ।
15ତହିଁରେ ଶଲୋମନ ରାଜା ପିଟାସୁନାରେ ଦୁଇ ଶହ ବଡ଼ ଢ଼ାଲ ପ୍ରସ୍ତୁତ କଲେ; ପ୍ରତ୍ୟେକ ଢାଳରେ ଛଅ ଶହ ଶେକଲ ସୁନା ଲାଗିଲା।