13ବର୍ଷକ ମଧ୍ୟରେ ଶଲୋମନଙ୍କ ନିକଟକୁ ଛଅ ଶହ ଛଷଠି ତାଳନ୍ତ ପରିମିତ ସୁନା ଆସେ;
14ତାହା ଛଡ଼ା ପାଇକର ଓ ବଣିକମାନେ ସୁନା ଆଣିଲେ; ପୁଣି ଆରବୀୟ ସମସ୍ତ ରାଜା ଓ ଦେଶାଧ୍ୟକ୍ଷମାନେ ଶଲୋମନଙ୍କ ନିକଟକୁ ସୁନା ଓ ରୂପା ଆଣିଲେ।
15ତହିଁରେ ଶଲୋମନ ରାଜା ପିଟାସୁନାରେ ଦୁଇ ଶହ ବଡ଼ ଢ଼ାଲ ପ୍ରସ୍ତୁତ କଲେ; ପ୍ରତ୍ୟେକ ଢାଳରେ ଛଅ ଶହ ଶେକଲ ସୁନା ଲାଗିଲା।
16ପୁଣି, ସେ ପିଟାସୁନାରେ ତିନି ଶହ ଢାଲ ପ୍ରସ୍ତୁତ କଲେ; ପ୍ରତ୍ୟେକ ଢାଲରେ ତିନି ମିନାସ୍ ସୁନା ଲାଗିଲା; ଆଉ, ରାଜା ଲିବାନୋନ-ଅରଣ୍ୟ ଗୃହରେ ତାହାସବୁ ରଖିଲେ।
17ଆହୁରି, ରାଜା ହସ୍ତୀଦନ୍ତର ଗୋଟିଏ ବୃହତ ସିଂହାସନ ନିର୍ମାଣ କରି ନିର୍ମଳ ସୁବର୍ଣ୍ଣରେ ମଡ଼ାଇଲେ।