16ପୁଣି, ସେ ପିଟାସୁନାରେ ତିନି ଶହ ଢାଲ ପ୍ରସ୍ତୁତ କଲେ; ପ୍ରତ୍ୟେକ ଢାଲରେ ତିନି ମିନାସ୍ ସୁନା ଲାଗିଲା; ଆଉ, ରାଜା ଲିବାନୋନ-ଅରଣ୍ୟ ଗୃହରେ ତାହାସବୁ ରଖିଲେ।
17ଆହୁରି, ରାଜା ହସ୍ତୀଦନ୍ତର ଗୋଟିଏ ବୃହତ ସିଂହାସନ ନିର୍ମାଣ କରି ନିର୍ମଳ ସୁବର୍ଣ୍ଣରେ ମଡ଼ାଇଲେ।
18ସେହି ସିଂହାସନରେ ଏକ ସ୍ୱର୍ଣ୍ଣମୟ ପାଦପୀଠ ସହିତ ଛଅ ପାହାଚ ସିଂହାସନ ସଂଯୁକ୍ତ ହୋଇଥିଲା, ଆଉ ଆସନର ଦୁଇ ପାର୍ଶ୍ଵରେ ଦୁଇ ହସ୍ତାବଲମ୍ବନ ଥିଲା ଓ ସେହି ହସ୍ତାବଲମ୍ବନ ନିକଟରେ ଦୁଇ ସିଂହମୂର୍ତ୍ତି ଛିଡ଼ା ହୋଇଥିଲେ।
19ସେହି ଛଅ ପାହାଚ ଉପରେ ଦୁଇପାଖେ ବାର ସିଂହମୂର୍ତ୍ତି ଛିଡ଼ା ହୋଇଥିଲେ; ଏରୂପ ସିଂହାସନ କୌଣସି ରାଜ୍ୟରେ ପ୍ରସ୍ତୁତ ନୋହିଲା।
20ଶଲୋମନ ରାଜାଙ୍କର ପାନପାତ୍ରସବୁ ସୁନାର ଥିଲା ଓ ଲିବାନୋନ-ଅରଣ୍ୟ ଗୃହର ସମସ୍ତ ପାତ୍ର ଶୁଦ୍ଧ ସୁବର୍ଣ୍ଣର ଥିଲା; ଶଲୋମନଙ୍କ ସମୟରେ ରୂପା କିଛି ବୋଲି ଗଣା ନୋହିଲା।