19ସେହି ଛଅ ପାହାଚ ଉପରେ ଦୁଇପାଖେ ବାର ସିଂହମୂର୍ତ୍ତି ଛିଡ଼ା ହୋଇଥିଲେ; ଏରୂପ ସିଂହାସନ କୌଣସି ରାଜ୍ୟରେ ପ୍ରସ୍ତୁତ ନୋହିଲା।
20ଶଲୋମନ ରାଜାଙ୍କର ପାନପାତ୍ରସବୁ ସୁନାର ଥିଲା ଓ ଲିବାନୋନ-ଅରଣ୍ୟ ଗୃହର ସମସ୍ତ ପାତ୍ର ଶୁଦ୍ଧ ସୁବର୍ଣ୍ଣର ଥିଲା; ଶଲୋମନଙ୍କ ସମୟରେ ରୂପା କିଛି ବୋଲି ଗଣା ନୋହିଲା।
21କାରଣ ହୂରମ୍ର ଦାସମାନଙ୍କ ସଙ୍ଗେ ରାଜାଙ୍କର ତର୍ଶୀଶଗାମୀ ଜାହାଜମାନ ଥିଲେ; ସେହି ତର୍ଶୀଶର ଜାହାଜମାନ ତିନି ବର୍ଷରେ ଥରେ ସୁନା ଓ ରୂପା ଓ ହସ୍ତୀଦନ୍ତ, ପୁଣି ବାନର ଓ ମୟୂର ନେଇ ଆସନ୍ତି।
22ଏହିରୂପେ ଶଲୋମନ ରାଜା ଐଶ୍ୱର୍ଯ୍ୟରେ ଓ ଜ୍ଞାନରେ ପୃଥିବୀସ୍ଥ ସମସ୍ତ ରାଜାଙ୍କ ଅପେକ୍ଷା ମହାନ ହେଲେ।
23ଆଉ ପରମେଶ୍ୱର ଶଲୋମନଙ୍କର ହୃଦୟରେ ଯେଉଁ ଜ୍ଞାନ ଦେଇଥିଲେ, ତହିଁର କଥା ଶୁଣିବାକୁ ପୃଥିବୀସ୍ଥ ସମସ୍ତ ରାଜା ତାଙ୍କର ସାକ୍ଷାତ କରିବାକୁ ଚାହିଁଲେ।