ଦ୍ବିତୀୟ ବଂଶାବଳୀ 9

ଆଉ ପରମେଶ୍ୱର ଶଲୋମନଙ୍କର ହୃଦୟରେ ଯେଉଁ ଜ୍ଞାନ ଦେଇଥିଲେ, ତହିଁର କଥା ଶୁଣିବାକୁ ପୃଥିବୀସ୍ଥ ସମସ୍ତ ରାଜା ତାଙ୍କର ସାକ୍ଷାତ କରିବାକୁ ଚାହିଁଲେ।

2 Chronicles 9:23 (UKJV) And all the kings of the earth sought the presence of Solomon, to hear his wisdom, that God had put in his heart.

21କାରଣ ହୂରମ୍‍ର ଦାସମାନଙ୍କ ସଙ୍ଗେ ରାଜାଙ୍କର ତର୍ଶୀଶଗାମୀ ଜାହାଜମାନ ଥିଲେ; ସେହି ତର୍ଶୀଶର ଜାହାଜମାନ ତିନି ବର୍ଷରେ ଥରେ ସୁନା ଓ ରୂପା ଓ ହସ୍ତୀଦନ୍ତ, ପୁଣି ବାନର ଓ ମୟୂର ନେଇ ଆସନ୍ତି।

22ଏହିରୂପେ ଶଲୋମନ ରାଜା ଐଶ୍ୱର୍ଯ୍ୟରେ ଓ ଜ୍ଞାନରେ ପୃଥିବୀସ୍ଥ ସମସ୍ତ ରାଜାଙ୍କ ଅପେକ୍ଷା ମହାନ ହେଲେ।

23ଆଉ ପରମେଶ୍ୱର ଶଲୋମନଙ୍କର ହୃଦୟରେ ଯେଉଁ ଜ୍ଞାନ ଦେଇଥିଲେ, ତହିଁର କଥା ଶୁଣିବାକୁ ପୃଥିବୀସ୍ଥ ସମସ୍ତ ରାଜା ତାଙ୍କର ସାକ୍ଷାତ କରିବାକୁ ଚାହିଁଲେ।

24ପୁଣି, ପ୍ରତ୍ୟେକ ଲୋକ ନିରୂପଣାନୁସାରେ ବର୍ଷକୁ ବର୍ଷ ଆପଣା ଆପଣାର ଭେଟି ରୂପେ ରୂପାପାତ୍ର ଓ ସୁନାପାତ୍ର ଓ ବସ୍ତ୍ର, ଅସ୍ତ୍ରଶସ୍ତ୍ର ଓ ସୁଗନ୍ଧି ଦ୍ରବ୍ୟ, ଅଶ୍ୱ ଓ ଖଚର ଆଣିଲେ।

25ଆଉ ଶଲୋମନଙ୍କର ଅଶ୍ୱ ଓ ରଥ ନିମନ୍ତେ ଚାରି ହଜାର ଶାଳା ଥିଲା ଓ ବାର ହଜାର ଅଶ୍ୱାରୂଢ଼ ଥିଲେ, ଏସବୁକୁ ସେ ରଥ-ନଗରମାନରେ ଓ ଯିରୂଶାଲମରେ ରାଜାଙ୍କ ନିକଟରେ ରଖିଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.