ଦ୍ବିତୀୟ ବଂଶାବଳୀ 9

ପୁଣି ରାଜା ଯିରୂଶାଲମରେ ରୂପାକୁ ପଥର ପରି ଓ ବାହୁଲ୍ୟ ହେତୁରୁ ଏରସ କାଷ୍ଠକୁ ତଳଭୂମିସ୍ଥ ଡିମ୍ବିରିବୃକ୍ଷ ପରି କଲେ।

2 Chronicles 9:27 (UKJV) And the king made silver in Jerusalem as stones, and cedar trees made he as the sycomore trees that are in the low plains in abundance.

25ଆଉ ଶଲୋମନଙ୍କର ଅଶ୍ୱ ଓ ରଥ ନିମନ୍ତେ ଚାରି ହଜାର ଶାଳା ଥିଲା ଓ ବାର ହଜାର ଅଶ୍ୱାରୂଢ଼ ଥିଲେ, ଏସବୁକୁ ସେ ରଥ-ନଗରମାନରେ ଓ ଯିରୂଶାଲମରେ ରାଜାଙ୍କ ନିକଟରେ ରଖିଲେ।

26ଆଉ, ସେ (ଫରାତ୍‍) ନଦୀଠାରୁ ପଲେଷ୍ଟୀୟମାନଙ୍କର ଦେଶ ଓ ମିସରର ସୀମା ପର୍ଯ୍ୟନ୍ତ ସମସ୍ତ ରାଜା ଉପରେ ରାଜତ୍ୱ କଲେ।

27ପୁଣି ରାଜା ଯିରୂଶାଲମରେ ରୂପାକୁ ପଥର ପରି ଓ ବାହୁଲ୍ୟ ହେତୁରୁ ଏରସ କାଷ୍ଠକୁ ତଳଭୂମିସ୍ଥ ଡିମ୍ବିରିବୃକ୍ଷ ପରି କଲେ।

28ଆଉ ଲୋକମାନେ ମିସରରୁ ଓ ସମସ୍ତ ଦେଶରୁ ଶଲୋମନଙ୍କ ପାଇଁ ଅଶ୍ୱ ଆଣିଲେ।

29ଶଲୋମନଙ୍କର ଅବଶିଷ୍ଟ ବୃତ୍ତାନ୍ତ, ଆରମ୍ଭରୁ ଶେଷ ପର୍ଯ୍ୟନ୍ତ, ନାଥନ ଭବିଷ୍ୟଦ୍‍ବକ୍ତାଙ୍କର ଇତିହାସ ପୁସ୍ତକରେ ଓ ଶୀଲୋନୀୟ ଅହୀୟର ଭବିଷ୍ୟଦ୍‍ବାକ୍ୟରେ ଓ ନବାଟର ପୁତ୍ର ଯାରବୀୟାମଙ୍କ ବିଷୟକ ଇଦ୍ଦୋ ଦର୍ଶକର ଦର୍ଶନ ମଧ୍ୟରେ କʼଣ ଲେଖା ନାହିଁ?

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.