26ଆଉ, ସେ (ଫରାତ୍) ନଦୀଠାରୁ ପଲେଷ୍ଟୀୟମାନଙ୍କର ଦେଶ ଓ ମିସରର ସୀମା ପର୍ଯ୍ୟନ୍ତ ସମସ୍ତ ରାଜା ଉପରେ ରାଜତ୍ୱ କଲେ।
27ପୁଣି ରାଜା ଯିରୂଶାଲମରେ ରୂପାକୁ ପଥର ପରି ଓ ବାହୁଲ୍ୟ ହେତୁରୁ ଏରସ କାଷ୍ଠକୁ ତଳଭୂମିସ୍ଥ ଡିମ୍ବିରିବୃକ୍ଷ ପରି କଲେ।
28ଆଉ ଲୋକମାନେ ମିସରରୁ ଓ ସମସ୍ତ ଦେଶରୁ ଶଲୋମନଙ୍କ ପାଇଁ ଅଶ୍ୱ ଆଣିଲେ।
29ଶଲୋମନଙ୍କର ଅବଶିଷ୍ଟ ବୃତ୍ତାନ୍ତ, ଆରମ୍ଭରୁ ଶେଷ ପର୍ଯ୍ୟନ୍ତ, ନାଥନ ଭବିଷ୍ୟଦ୍ବକ୍ତାଙ୍କର ଇତିହାସ ପୁସ୍ତକରେ ଓ ଶୀଲୋନୀୟ ଅହୀୟର ଭବିଷ୍ୟଦ୍ବାକ୍ୟରେ ଓ ନବାଟର ପୁତ୍ର ଯାରବୀୟାମଙ୍କ ବିଷୟକ ଇଦ୍ଦୋ ଦର୍ଶକର ଦର୍ଶନ ମଧ୍ୟରେ କʼଣ ଲେଖା ନାହିଁ?
30ଶଲୋମନ ଯିରୂଶାଲମରେ ଚାଳିଶ ବର୍ଷ କାଳ ସମଗ୍ର ଇସ୍ରାଏଲ ଉପରେ ରାଜତ୍ୱ କଲେ।