1ଏଥିଉତ୍ତାରେ ଶିବା ଦେଶର ରାଣୀ ଶଲୋମନଙ୍କର ସୁଖ୍ୟାତି ଶୁଣି ନିଗୂଢ଼ ପ୍ରଶ୍ନ ଦ୍ୱାରା ଯିରୂଶାଲମରେ ଶଲୋମନଙ୍କର ପରୀକ୍ଷା କରିବା ପାଇଁ ସୁଗନ୍ଧି ଦ୍ରବ୍ୟ ଓ ବିସ୍ତର ସୁବର୍ଣ୍ଣ ଓ ମଣିବାହକ ଉଷ୍ଟ୍ରଗଣ ସଙ୍ଗେ ନେଇ ମହାସମାରୋହରେ ଆସିଲା; ପୁଣି ସେ ଶଲୋମନଙ୍କ ନିକଟକୁ ଆସି ଆପଣା ମନରେ ଯାହା ଯାହା ଥିଲା, ସେସବୁ ବିଷୟରେ ତାଙ୍କ ସଙ୍ଗେ କଥାବାର୍ତ୍ତା କଲା।
2ତହିଁରେ ଶଲୋମନ ତାହାର ସମସ୍ତ ପ୍ରଶ୍ନର ଉତ୍ତର କଲେ ଓ ଶଲୋମନଙ୍କର ବୋଧାଗମ୍ୟ କୌଣସି ବିଷୟ ନ ଥିଲା, ଯାହା ସେ ତାହାକୁ କହିଲେ ନାହିଁ।
3ପୁଣି ଶିବାର ରାଣୀ ଶଲୋମନଙ୍କର ଜ୍ଞାନ ଓ ତାଙ୍କ ନିର୍ମିତ ଗୃହ
4ଓ ତାଙ୍କର ମେଜର ଖାଦ୍ୟଦ୍ରବ୍ୟ ଓ ତାଙ୍କର ଭୃତ୍ୟମାନଙ୍କର ଆସନ ଓ ତାଙ୍କର ମନ୍ତ୍ରୀମାନଙ୍କର ସେବା ଓ ସେମାନଙ୍କର ବସ୍ତ୍ର ଓ ତାଙ୍କର ପାତ୍ରବାହକଗଣ ଓ ସେମାନଙ୍କର ବସ୍ତ୍ର ଓ ସଦାପ୍ରଭୁଙ୍କ ଗୃହକୁ ଉଠି ଯିବା ପାଇଁ ତାହାର ପାବଚ୍ଛ, ଏହିସବୁ ଦେଖି ହତଜ୍ଞାନ ହେଲା।
5ତହୁଁ ସେ ରାଜାଙ୍କୁ କହିଲା, “ଆମ୍ଭେ ଆପଣା ଦେଶରେ ଥାଇ ଆପଣଙ୍କ କାର୍ଯ୍ୟ ଓ ଆପଣଙ୍କ ଜ୍ଞାନ ବିଷୟରେ ଯେଉଁ ସମ୍ବାଦ ପାଇଥିଲୁ, ତାହା ସତ୍ୟ।