3ପୁଣି ଶିବାର ରାଣୀ ଶଲୋମନଙ୍କର ଜ୍ଞାନ ଓ ତାଙ୍କ ନିର୍ମିତ ଗୃହ
4ଓ ତାଙ୍କର ମେଜର ଖାଦ୍ୟଦ୍ରବ୍ୟ ଓ ତାଙ୍କର ଭୃତ୍ୟମାନଙ୍କର ଆସନ ଓ ତାଙ୍କର ମନ୍ତ୍ରୀମାନଙ୍କର ସେବା ଓ ସେମାନଙ୍କର ବସ୍ତ୍ର ଓ ତାଙ୍କର ପାତ୍ରବାହକଗଣ ଓ ସେମାନଙ୍କର ବସ୍ତ୍ର ଓ ସଦାପ୍ରଭୁଙ୍କ ଗୃହକୁ ଉଠି ଯିବା ପାଇଁ ତାହାର ପାବଚ୍ଛ, ଏହିସବୁ ଦେଖି ହତଜ୍ଞାନ ହେଲା।
5ତହୁଁ ସେ ରାଜାଙ୍କୁ କହିଲା, “ଆମ୍ଭେ ଆପଣା ଦେଶରେ ଥାଇ ଆପଣଙ୍କ କାର୍ଯ୍ୟ ଓ ଆପଣଙ୍କ ଜ୍ଞାନ ବିଷୟରେ ଯେଉଁ ସମ୍ବାଦ ପାଇଥିଲୁ, ତାହା ସତ୍ୟ।
6ତଥାପି ଆମ୍ଭେ ଆସି ଆପଣା ଚକ୍ଷୁରେ ନ ଦେଖିବା ଯାଏ ଲୋକମାନଙ୍କର କଥା ବିଶ୍ୱାସ କଲୁ ନାହିଁ; ଆଉ ଦେଖନ୍ତୁ, ଆପଣଙ୍କ ଜ୍ଞାନର ଅର୍ଦ୍ଧେକ ମାହାତ୍ମ୍ୟ ଆମ୍ଭକୁ କୁହାଯାଇ ନ ଥିଲା; ଆମ୍ଭ ଶୁଣିବାର ଅପେକ୍ଷା ଆପଣଙ୍କ ସୁଖ୍ୟାତି ଅଧିକ।
7ଆପଣଙ୍କ ଲୋକମାନେ ଧନ୍ୟ, ଆପଣଙ୍କର ଏହି ଦାସମାନେ ଧନ୍ୟ, ସେମାନେ ନିତ୍ୟ ଆପଣଙ୍କ ସମ୍ମୁଖରେ ଠିଆ ହୋଇ ଆପଣଙ୍କ ଜ୍ଞାନର କଥା ଶୁଣନ୍ତି।