11ତୁମ୍ଭେମାନେ ମଧ୍ୟ ଯୋଗ ଦେଇ ପ୍ରାର୍ଥନାରେ ଆମ୍ଭମାନଙ୍କର ଉପକାର କରୁଅଛ, ଯେପରି ଆମ୍ଭମାନଙ୍କୁ ଯେଉଁ ଅନୁଗ୍ରହ ଦାନ ଦିଆଯାଇଅଛି, ସେଥିନିମନ୍ତେ ଅନେକଙ୍କ ମୁଖରୁ ଆମ୍ଭମାନଙ୍କ ସକାଶେ ବହୁତ ଧନ୍ୟବାଦ ଦିଆଯାଏ।
12ଜଗତରେ, ବିଶେଷତଃ ତୁମ୍ଭମାନଙ୍କ ପ୍ରତି, ଆମ୍ଭେମାନେ ସାଂସାରିକ ଜ୍ଞାନରେ ଆଚରଣ ନ କରି ବରଂ ଈଶ୍ବରଙ୍କ ଅନୁଗ୍ରହରେ, ତାହାଙ୍କ ପବିତ୍ର ଓ ସରଳ ଭାବାନୁସାରେ ଆଚରଣ କରିଥିଲୁ ବୋଲି ଆମ୍ଭମାନଙ୍କର ବିବେକ ଯେ ସାକ୍ଷ୍ୟ ଦେଉଅଛି, ଏହା ଆମ୍ଭମାନଙ୍କ ଦର୍ପର ବିଷୟ।
13କାରଣ ତୁମ୍ଭେମାନେ ଯାହା ଯାହା ପାଠ କରି ବୁଝିପାର, ସେହିସବୁ ବିନା, ଆମ୍ଭେମାନେ ତୁମ୍ଭମାନଙ୍କ ନିକଟକୁ ଆଉ କିଛି ଲେଖୁ ନାହୁଁ,
14ପୁଣି, ଆମ୍ଭମାନଙ୍କ ପ୍ରଭୁ ଯୀଶୁଙ୍କ ଦିନରେ ତୁମ୍ଭେମାନେ ଯେପ୍ରକାରେ ଆମ୍ଭମାନଙ୍କ ଦର୍ପର କାରଣ, ସେହି ପ୍ରକାରେ ଆମ୍ଭେମାନେ ଯେ ତୁମ୍ଭମାନଙ୍କ ଦର୍ପର କାରଣ, ଏହା ତୁମ୍ଭେମାନେ ଯେପରି ଆମ୍ଭମାନଙ୍କ ବିଷୟରେ ଆଂଶିକ ଭାବରେ ବୁଝିଅଛ, ସେପରି ଶେଷ ପର୍ଯ୍ୟନ୍ତ ବୁଝୁଥିବ ବୋଲି ମୁଁ ଭରସା କରୁଅଛି।
15ଆଉ, ତୁମ୍ଭେମାନେ ଯେପରି ଦ୍ୱିତୀୟ ଥର ଅନୁଗ୍ରହ ଲାଭ କରିପାର,