୨ କରିନ୍ଥୀୟ 1

ପୁଣି, ତୁମ୍ଭମାନଙ୍କ ନିକଟ ଦେଇ ମାକିଦନିଆକୁ ଯାଇ ଓ ପୁନର୍ବାର ମାକିଦନିଆରୁ ତୁମ୍ଭମାନଙ୍କ ନିକଟକୁ ଆସି ତୁମ୍ଭମାନଙ୍କ ସାହାଯ୍ୟରେ ଯିହୂଦିୟା ପ୍ରଦେଶକୁ ଯାତ୍ରା କରିପାରେ, ଏଥିପାଇଁ ମୁଁ ସେହି ବିଶ୍ୱାସରେ ପ୍ରଥମରେ ତୁମ୍ଭମାନଙ୍କ ନିକଟକୁ ଯିବା ପାଇଁ ଇଚ୍ଛା କରୁଥିଲି।

2 Corinthians 1:16 (UKJV) And to pass by you into Macedonia, and to come again out of Macedonia unto you, and of you to be brought on my way toward Judaea.

14ପୁଣି, ଆମ୍ଭମାନଙ୍କ ପ୍ରଭୁ ଯୀଶୁଙ୍କ ଦିନରେ ତୁମ୍ଭେମାନେ ଯେପ୍ରକାରେ ଆମ୍ଭମାନଙ୍କ ଦର୍ପର କାରଣ, ସେହି ପ୍ରକାରେ ଆମ୍ଭେମାନେ ଯେ ତୁମ୍ଭମାନଙ୍କ ଦର୍ପର କାରଣ, ଏହା ତୁମ୍ଭେମାନେ ଯେପରି ଆମ୍ଭମାନଙ୍କ ବିଷୟରେ ଆଂଶିକ ଭାବରେ ବୁଝିଅଛ, ସେପରି ଶେଷ ପର୍ଯ୍ୟନ୍ତ ବୁଝୁଥିବ ବୋଲି ମୁଁ ଭରସା କରୁଅଛି।

15ଆଉ, ତୁମ୍ଭେମାନେ ଯେପରି ଦ୍ୱିତୀୟ ଥର ଅନୁଗ୍ରହ ଲାଭ କରିପାର,

16ପୁଣି, ତୁମ୍ଭମାନଙ୍କ ନିକଟ ଦେଇ ମାକିଦନିଆକୁ ଯାଇ ଓ ପୁନର୍ବାର ମାକିଦନିଆରୁ ତୁମ୍ଭମାନଙ୍କ ନିକଟକୁ ଆସି ତୁମ୍ଭମାନଙ୍କ ସାହାଯ୍ୟରେ ଯିହୂଦିୟା ପ୍ରଦେଶକୁ ଯାତ୍ରା କରିପାରେ, ଏଥିପାଇଁ ମୁଁ ସେହି ବିଶ୍ୱାସରେ ପ୍ରଥମରେ ତୁମ୍ଭମାନଙ୍କ ନିକଟକୁ ଯିବା ପାଇଁ ଇଚ୍ଛା କରୁଥିଲି।

17ତେବେ ଏହି ପ୍ରକାର ଇଚ୍ଛା କରିବାରେ ମୁଁ କଅଣ ଅସ୍ଥିର ଭାବରେ ଆଚରଣ କରିଥିଲି? ଅବା, ମୁଁ ଯାହା ସଙ୍କଳ୍ପ କରିଥାଏ, ତାହା କଅଣ ସାଂସାରିକ ଭାବରେ କରିଥାଏ ଯେ, ମୋହର କଥା ହଁ ଓ ନା ଉଭୟ ହୁଏ?

18କିନ୍ତୁ ଈଶ୍ବର ବିଶ୍ୱସ୍ତ, ଏଣୁ ତୁମ୍ଭମାନଙ୍କ ପ୍ରତି ଆମ୍ଭମାନଙ୍କ ବାକ୍ୟ ହଁ ଓ ନା ହୁଏ ନାହିଁ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.