୨ କରିନ୍ଥୀୟ 1

କାରଣ ଈଶ୍ବରଙ୍କ ପୁତ୍ର ଖ୍ରୀଷ୍ଟ ଯୀଶୁ, ଯେ ଆମ୍ଭମାନଙ୍କ ଦ୍ୱାରା, ଅର୍ଥାତ୍‍, ମୋʼ ଦ୍ୱାରା ଏବଂ ସିଲ୍ୱାନ ଓ ତୀମଥିଙ୍କ ଦ୍ୱାରା ତୁମ୍ଭମାନଙ୍କ ମଧ୍ୟରେ ପ୍ରଚାରିତ ହେଲେ, ସେ ହଁ ଓ ନା ହୋଇ ନାହାନ୍ତି, ବରଂ ତାହାଙ୍କଠାରେ ହଁ ହୋଇଅଛି।

2 Corinthians 1:19 (UKJV) For the Son of God, Jesus Christ, who was preached among you by us, even by me and Silvanus and Timotheus, was not yea and nay, but in him was yea.

17ତେବେ ଏହି ପ୍ରକାର ଇଚ୍ଛା କରିବାରେ ମୁଁ କଅଣ ଅସ୍ଥିର ଭାବରେ ଆଚରଣ କରିଥିଲି? ଅବା, ମୁଁ ଯାହା ସଙ୍କଳ୍ପ କରିଥାଏ, ତାହା କଅଣ ସାଂସାରିକ ଭାବରେ କରିଥାଏ ଯେ, ମୋହର କଥା ହଁ ଓ ନା ଉଭୟ ହୁଏ?

18କିନ୍ତୁ ଈଶ୍ବର ବିଶ୍ୱସ୍ତ, ଏଣୁ ତୁମ୍ଭମାନଙ୍କ ପ୍ରତି ଆମ୍ଭମାନଙ୍କ ବାକ୍ୟ ହଁ ଓ ନା ହୁଏ ନାହିଁ।

19କାରଣ ଈଶ୍ବରଙ୍କ ପୁତ୍ର ଖ୍ରୀଷ୍ଟ ଯୀଶୁ, ଯେ ଆମ୍ଭମାନଙ୍କ ଦ୍ୱାରା, ଅର୍ଥାତ୍‍, ମୋʼ ଦ୍ୱାରା ଏବଂ ସିଲ୍ୱାନ ଓ ତୀମଥିଙ୍କ ଦ୍ୱାରା ତୁମ୍ଭମାନଙ୍କ ମଧ୍ୟରେ ପ୍ରଚାରିତ ହେଲେ, ସେ ହଁ ଓ ନା ହୋଇ ନାହାନ୍ତି, ବରଂ ତାହାଙ୍କଠାରେ ହଁ ହୋଇଅଛି।

20ଯେଣୁ ଈଶ୍ବରଙ୍କର ଯେତେ ପ୍ରତିଜ୍ଞା, ସେସମସ୍ତର ହଁ ତାହାଙ୍କଠାରେ ଅଛି; ଏଥିସକାଶେ ମଧ୍ୟ ତାହାଙ୍କ ଦ୍ୱାରା ଈଶ୍ବରଙ୍କ ଗୌରବ ଉଦ୍ଦେଶ୍ୟରେ ଆମ୍ଭେମାନେ ଆମେନ୍‍ କହିଥାଉ।

21ପୁଣି, ଯେ ଆମ୍ଭମାନଙ୍କୁ ତୁମ୍ଭମାନଙ୍କ ସହିତ ଖ୍ରୀଷ୍ଟଙ୍କଠାରେ ସ୍ଥିର କରନ୍ତି, ପୁଣି, ଆମ୍ଭମାନଙ୍କୁ ଅଭିଷେକ କରିଅଛନ୍ତି, ସେ ଈଶ୍ବର;

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.