1ପାଉଲ, ଈଶ୍ବରଙ୍କ ଇଚ୍ଛାରେ ଖ୍ରୀଷ୍ଟ ଯୀଶୁଙ୍କର ଜଣେ ପ୍ରେରିତ, ଆଉ ଭ୍ରାତା ତୀମଥି, କରିନ୍ଥ ସହରରେ ଥିବା ଈଶ୍ବରଙ୍କ ମଣ୍ଡଳୀ, ପୁଣି, ସମୁଦାୟ ଆଖାୟାରେ ଥିବା ସମସ୍ତ ସାଧୁଙ୍କ ନିକଟକୁ ପତ୍ର;
2ଆମ୍ଭମାନଙ୍କ ପିତା ଈଶ୍ବର ଓ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କଠାରୁ ଅନୁଗ୍ରହ ଓ ଶାନ୍ତି ତୁମ୍ଭମାନଙ୍କ ପ୍ରତି ହେଉ।
3ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଈଶ୍ବର ଓ ପିତା ଧନ୍ୟ, ସେ ଦୟାମୟ ପିତା ଓ ସମସ୍ତ ସାନ୍ତ୍ୱନାଦାତା ଈଶ୍ବର;
4ଈଶ୍ବରଙ୍କ ଦ୍ୱାରା ଯେଉଁ ସାନ୍ତ୍ୱନାରେ ଆମ୍ଭେମାନେ ସାନ୍ତ୍ୱନାପ୍ରାପ୍ତ ହେଉଅଛୁ, ସେହି ସାନ୍ତ୍ୱନା ଦ୍ୱାରା ଯେପରି ସମସ୍ତ ପ୍ରକାର କ୍ଳେଶ ଭୋଗୁଥିବା ଲୋକମାନଙ୍କୁ ସାନ୍ତ୍ୱନା ଦେଇପାରୁ, ଏଥିପାଇଁ ସେ ଆମ୍ଭମାନଙ୍କ ସମସ୍ତ କ୍ଳେଶରେ ଆମ୍ଭମାନଙ୍କୁ ସାନ୍ତ୍ୱନା ପ୍ରଦାନ କରନ୍ତି।