୨ କରିନ୍ଥୀୟ 1

କାରଣ ଖ୍ରୀଷ୍ଟଙ୍କ ସକାଶେ ଆମ୍ଭମାନଙ୍କ ଦୁଃଖଭୋଗ ଯେପରି ପ୍ରଚୁର, ସେହିପରି ଖ୍ରୀଷ୍ଟଙ୍କ ଦ୍ୱାରା ଆମ୍ଭମାନଙ୍କର ସାନ୍ତ୍ୱନା ମଧ୍ୟ ପ୍ରଚୁର।

2 Corinthians 1:5 (UKJV) For as the sufferings of Christ abound in us, so our consolation also abounds by Christ.

3ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଈଶ୍ବର ଓ ପିତା ଧନ୍ୟ, ସେ ଦୟାମୟ ପିତା ଓ ସମସ୍ତ ସାନ୍ତ୍ୱନାଦାତା ଈଶ୍ବର;

4ଈଶ୍ବରଙ୍କ ଦ୍ୱାରା ଯେଉଁ ସାନ୍ତ୍ୱନାରେ ଆମ୍ଭେମାନେ ସାନ୍ତ୍ୱନାପ୍ରାପ୍ତ ହେଉଅଛୁ, ସେହି ସାନ୍ତ୍ୱନା ଦ୍ୱାରା ଯେପରି ସମସ୍ତ ପ୍ରକାର କ୍ଳେଶ ଭୋଗୁଥିବା ଲୋକମାନଙ୍କୁ ସାନ୍ତ୍ୱନା ଦେଇପାରୁ, ଏଥିପାଇଁ ସେ ଆମ୍ଭମାନଙ୍କ ସମସ୍ତ କ୍ଳେଶରେ ଆମ୍ଭମାନଙ୍କୁ ସାନ୍ତ୍ୱନା ପ୍ରଦାନ କରନ୍ତି।

5କାରଣ ଖ୍ରୀଷ୍ଟଙ୍କ ସକାଶେ ଆମ୍ଭମାନଙ୍କ ଦୁଃଖଭୋଗ ଯେପରି ପ୍ରଚୁର, ସେହିପରି ଖ୍ରୀଷ୍ଟଙ୍କ ଦ୍ୱାରା ଆମ୍ଭମାନଙ୍କର ସାନ୍ତ୍ୱନା ମଧ୍ୟ ପ୍ରଚୁର।

6କିନ୍ତୁ ଆମ୍ଭେମାନେ ଦୁଃଖଭୋଗ କଲେ ତାହା ତୁମ୍ଭମାନଙ୍କର ସାନ୍ତ୍ୱନା ଓ ପରିତ୍ରାଣ ନିମନ୍ତେ; କିମ୍ବା ଆମ୍ଭେମାନେ ସାନ୍ତ୍ୱନାପ୍ରାପ୍ତ ହେଲେ ତାହା ତୁମ୍ଭମାନଙ୍କର ସାନ୍ତ୍ୱନା ନିମନ୍ତେ; ଆମ୍ଭେମାନେ ଯେଉଁ ପ୍ରକାର ଦୁଃଖଭୋଗ କରୁ, ସେହି ପ୍ରକାର ଦୁଃଖଭୋଗ ଧୈର୍ଯ୍ୟ ସହିତ ସହ୍ୟ କରିବାରେ ସେହି ସାନ୍ତ୍ୱନା କାର୍ଯ୍ୟ ସାଧନ କରୁଅଛି।

7ଆଉ, ତୁମ୍ଭମାନଙ୍କ ବିଷୟରେ ଆମ୍ଭମାନଙ୍କ ଭରସା ଅଟଳ, ଯେଣୁ ତୁମ୍ଭେମାନେ ଯେପରି ଦୁଃଖଭୋଗର ସହଭାଗୀ, ସେହିପରି ମଧ୍ୟ ସାନ୍ତ୍ୱନାର ଯେ ସହଭାଗୀ ଅଟ, ଏହା ଆମ୍ଭେମାନେ ଜାଣୁ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.