୨ କରିନ୍ଥୀୟ 1

ହଁ, ଆମ୍ଭେମାନେ ମୃତ୍ୟୁରେ ସମର୍ପିତ ହୋଇଅଛୁ ବୋଲି ନିଜ ନିଜ ମନରେ ବୋଧ ପାଇଥିଲୁ, ଯେପରି ଆମ୍ଭେମାନେ ଆପଣା ଆପଣା ଉପରେ ନିର୍ଭର ନ ଦେଇ ବରଂ ଯେଉଁ ଈଶ୍ବର ମୃତମାନଙ୍କୁ ଉଠାନ୍ତି, ତାହାଙ୍କ ଉପରେ ନିର୍ଭର କରୁ;

2 Corinthians 1:9 (UKJV) But we had the sentence of death in ourselves, that we should not trust in ourselves, but in God which raises the dead:

7ଆଉ, ତୁମ୍ଭମାନଙ୍କ ବିଷୟରେ ଆମ୍ଭମାନଙ୍କ ଭରସା ଅଟଳ, ଯେଣୁ ତୁମ୍ଭେମାନେ ଯେପରି ଦୁଃଖଭୋଗର ସହଭାଗୀ, ସେହିପରି ମଧ୍ୟ ସାନ୍ତ୍ୱନାର ଯେ ସହଭାଗୀ ଅଟ, ଏହା ଆମ୍ଭେମାନେ ଜାଣୁ।

8କାରଣ, ହେ ଭାଇମାନେ, ଏସିଆରେ ଆମ୍ଭମାନଙ୍କ ଉପରେ ଘଟିଥିବା କ୍ଳେଶ ସମ୍ବନ୍ଧରେ ତୁମ୍ଭେମାନେ ଯେ ଅଜ୍ଞ ଥାଅ, ଏହା ଆମ୍ଭମାନଙ୍କର ଇଚ୍ଛା ନୁହେଁ; ଆମ୍ଭେମାନେ ଆମ୍ଭମାନଙ୍କ ଶକ୍ତିରୁ ଅତିରିକ୍ତ ରୂପେ ଭାରଗ୍ରସ୍ତ ହୋଇଥିଲୁ, ଏପରିକି ଜୀବନର ଆଶା ମଧ୍ୟ ପରିତ୍ୟାଗ କରିଥିଲୁ;

9ହଁ, ଆମ୍ଭେମାନେ ମୃତ୍ୟୁରେ ସମର୍ପିତ ହୋଇଅଛୁ ବୋଲି ନିଜ ନିଜ ମନରେ ବୋଧ ପାଇଥିଲୁ, ଯେପରି ଆମ୍ଭେମାନେ ଆପଣା ଆପଣା ଉପରେ ନିର୍ଭର ନ ଦେଇ ବରଂ ଯେଉଁ ଈଶ୍ବର ମୃତମାନଙ୍କୁ ଉଠାନ୍ତି, ତାହାଙ୍କ ଉପରେ ନିର୍ଭର କରୁ;

10ସେ ଆମ୍ଭମାନଙ୍କୁ ଏପରି ଭୟାନକ ମୃତ୍ୟୁରୁ ଉଦ୍ଧାର କଲେ ଓ ଉଦ୍ଧାର କରିବେ, ପୁଣି, ସେ ଯେ ଭବିଷ୍ୟତରେ ସୁଦ୍ଧା ଉଦ୍ଧାର କରିବେ, ତାହାଙ୍କଠାରେ ଆମ୍ଭମାନଙ୍କର ଏହି ଭରସା ଅଛି;

11ତୁମ୍ଭେମାନେ ମଧ୍ୟ ଯୋଗ ଦେଇ ପ୍ରାର୍ଥନାରେ ଆମ୍ଭମାନଙ୍କର ଉପକାର କରୁଅଛ, ଯେପରି ଆମ୍ଭମାନଙ୍କୁ ଯେଉଁ ଅନୁଗ୍ରହ ଦାନ ଦିଆଯାଇଅଛି, ସେଥିନିମନ୍ତେ ଅନେକଙ୍କ ମୁଖରୁ ଆମ୍ଭମାନଙ୍କ ସକାଶେ ବହୁତ ଧନ୍ୟବାଦ ଦିଆଯାଏ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.