୨ କରିନ୍ଥୀୟ 10

ଆମ୍ଭେମାନେ ଅନୁପସ୍ଥିତ ଥିବା ସମୟରେ ପତ୍ର ଦ୍ୱାରା ବାକ୍ୟରେ ଯେପରି, ଉପସ୍ଥିତ ଥିବା ସମୟରେ କାର୍ଯ୍ୟରେ ମଧ୍ୟ ସେହିପରି, ଏହା ଏହିପରି ଲୋକେ ବୁଝନ୍ତୁ।

2 Corinthians 10:11 (UKJV) Let such an one think this, that, such as we are in word by letters when we are absent, such will we be also in deed when we are present.

9ମୋହର ପତ୍ରଗୁଡ଼ିକ ଦ୍ୱାରା ମୁଁ ତୁମ୍ଭମାନଙ୍କୁ ଭୟମାତ୍ର ଦେଖାଉଅଛି ବୋଲି ବୋଧ ନ ହେଉ।

10କାରଣ କେତେକେ କହନ୍ତି, ତାହାର ପତ୍ରସବୁ ଗୁରୁଭାବପୂର୍ଣ୍ଣ ଓ ଶକ୍ତିଯୁକ୍ତ, ମାତ୍ର ସାକ୍ଷାତରେ ତାହାର ଶରୀର ଦୁର୍ବଳ ଓ ତାହାର ବାକ୍ୟ ତୁଚ୍ଛନୀୟ।

11ଆମ୍ଭେମାନେ ଅନୁପସ୍ଥିତ ଥିବା ସମୟରେ ପତ୍ର ଦ୍ୱାରା ବାକ୍ୟରେ ଯେପରି, ଉପସ୍ଥିତ ଥିବା ସମୟରେ କାର୍ଯ୍ୟରେ ମଧ୍ୟ ସେହିପରି, ଏହା ଏହିପରି ଲୋକେ ବୁଝନ୍ତୁ।

12କାରଣ ଯେଉଁମାନେ ଆତ୍ମପ୍ରଶଂସା କରନ୍ତି, ସେମାନଙ୍କ ମଧ୍ୟରୁ କାହାରି କାହାରି ସାଙ୍ଗରେ ନିଜର ଗଣନା ବା ତୁଳନା କରିବାକୁ ଆମ୍ଭେମାନେ ସାହସ କରୁ ନାହୁଁ; କିନ୍ତୁ ସେମାନେ ନିଜେ ନିଜେ ନିଜ ଦ୍ୱାରା ନିଜର ପରିମାଣ ଓ ନିଜ ସହିତ ନିଜର ତୁଳନା କରି ନିର୍ବୋଧତା ପ୍ରକାଶ କରନ୍ତି।

13କିନ୍ତୁ ଆମ୍ଭେମାନେ ସୀମା ଲଙ୍ଘନ କରି ଦର୍ପ କରିବୁ ନାହିଁ; ମାତ୍ର ତୁମ୍ଭେମାନେ ମଧ୍ୟ ଆମ୍ଭମାନଙ୍କ ସୀମାର ଅନ୍ତର୍ଭୁକ୍ତ ହେବା ପାଇଁ ଈଶ୍ବର ଆମ୍ଭମାନଙ୍କ ନିମନ୍ତେ ପରିମାଣ ସ୍ୱରୂପେ ଯେଉଁ ସୀମା ନିରୂପଣ କରିଅଛନ୍ତି, ସେଥିର ପରିମାଣ ଅନୁସାରେ ଦର୍ପ କରିବ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.