୨ କରିନ୍ଥୀୟ 10

କିନ୍ତୁ ଆମ୍ଭେମାନେ ସୀମା ଲଙ୍ଘନ କରି ଦର୍ପ କରିବୁ ନାହିଁ; ମାତ୍ର ତୁମ୍ଭେମାନେ ମଧ୍ୟ ଆମ୍ଭମାନଙ୍କ ସୀମାର ଅନ୍ତର୍ଭୁକ୍ତ ହେବା ପାଇଁ ଈଶ୍ବର ଆମ୍ଭମାନଙ୍କ ନିମନ୍ତେ ପରିମାଣ ସ୍ୱରୂପେ ଯେଉଁ ସୀମା ନିରୂପଣ କରିଅଛନ୍ତି, ସେଥିର ପରିମାଣ ଅନୁସାରେ ଦର୍ପ କରିବ।

2 Corinthians 10:13 (UKJV) But we will not boast of things without our measure, but according to the measure of the rule which God has distributed to us, a measure to reach even unto you.

11ଆମ୍ଭେମାନେ ଅନୁପସ୍ଥିତ ଥିବା ସମୟରେ ପତ୍ର ଦ୍ୱାରା ବାକ୍ୟରେ ଯେପରି, ଉପସ୍ଥିତ ଥିବା ସମୟରେ କାର୍ଯ୍ୟରେ ମଧ୍ୟ ସେହିପରି, ଏହା ଏହିପରି ଲୋକେ ବୁଝନ୍ତୁ।

12କାରଣ ଯେଉଁମାନେ ଆତ୍ମପ୍ରଶଂସା କରନ୍ତି, ସେମାନଙ୍କ ମଧ୍ୟରୁ କାହାରି କାହାରି ସାଙ୍ଗରେ ନିଜର ଗଣନା ବା ତୁଳନା କରିବାକୁ ଆମ୍ଭେମାନେ ସାହସ କରୁ ନାହୁଁ; କିନ୍ତୁ ସେମାନେ ନିଜେ ନିଜେ ନିଜ ଦ୍ୱାରା ନିଜର ପରିମାଣ ଓ ନିଜ ସହିତ ନିଜର ତୁଳନା କରି ନିର୍ବୋଧତା ପ୍ରକାଶ କରନ୍ତି।

13କିନ୍ତୁ ଆମ୍ଭେମାନେ ସୀମା ଲଙ୍ଘନ କରି ଦର୍ପ କରିବୁ ନାହିଁ; ମାତ୍ର ତୁମ୍ଭେମାନେ ମଧ୍ୟ ଆମ୍ଭମାନଙ୍କ ସୀମାର ଅନ୍ତର୍ଭୁକ୍ତ ହେବା ପାଇଁ ଈଶ୍ବର ଆମ୍ଭମାନଙ୍କ ନିମନ୍ତେ ପରିମାଣ ସ୍ୱରୂପେ ଯେଉଁ ସୀମା ନିରୂପଣ କରିଅଛନ୍ତି, ସେଥିର ପରିମାଣ ଅନୁସାରେ ଦର୍ପ କରିବ।

14କାରଣ ତୁମ୍ଭେମାନେ ଆମ୍ଭମାନଙ୍କ ସୀମାର ଅନ୍ତର୍ଭୁକ୍ତ ନ ଥିଲା ପରି ଆମ୍ଭେମାନେ ଯେ ସୀମା ଲଙ୍ଘନ କରୁଅଛୁ, ତାହା ନୁହେଁ, ଯେଣୁ ଖ୍ରୀଷ୍ଟଙ୍କ ସୁସମାଚାର ପ୍ରଚାର କରୁ କରୁ ଆମ୍ଭେମାନେ ତୁମ୍ଭମାନଙ୍କ ପର୍ଯ୍ୟନ୍ତ ସୁଦ୍ଧା ପ୍ରଥମେ ଯାଇଥିଲୁ;

15ଆମ୍ଭେମାନେ ପରିମାଣ ଅତିକ୍ରମ କରି ଅନ୍ୟର ପରିଶ୍ରମ ବିଷୟରେ ଦର୍ପ କରୁ ନାହୁଁ, ମାତ୍ର ତୁମ୍ଭମାନଙ୍କ ବିଶ୍ୱାସର ବୃଦ୍ଧି ସଙ୍ଗେ ସଙ୍ଗେ ଆମ୍ଭମାନଙ୍କ ପରିମାଣ ଅନୁସାରେ ଆମ୍ଭମାନଙ୍କ କାର୍ଯ୍ୟ ତୁମ୍ଭମାନଙ୍କ ଦ୍ୱାରା ଯେପରି ଅଧିକରୁ ଅଧିକତର ବିସ୍ତାରିତ ହେବ,

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.