15ଆମ୍ଭେମାନେ ପରିମାଣ ଅତିକ୍ରମ କରି ଅନ୍ୟର ପରିଶ୍ରମ ବିଷୟରେ ଦର୍ପ କରୁ ନାହୁଁ, ମାତ୍ର ତୁମ୍ଭମାନଙ୍କ ବିଶ୍ୱାସର ବୃଦ୍ଧି ସଙ୍ଗେ ସଙ୍ଗେ ଆମ୍ଭମାନଙ୍କ ପରିମାଣ ଅନୁସାରେ ଆମ୍ଭମାନଙ୍କ କାର୍ଯ୍ୟ ତୁମ୍ଭମାନଙ୍କ ଦ୍ୱାରା ଯେପରି ଅଧିକରୁ ଅଧିକତର ବିସ୍ତାରିତ ହେବ,
16ପୁଣି, ଆମ୍ଭେମାନେ ଅନ୍ୟର ସୀମା ମଧ୍ୟରେ ତାହାର କୃତ କର୍ମ ବିଷୟରେ ଦର୍ପ ନ କରି ତୁମ୍ଭମାନଙ୍କ ପରବର୍ତ୍ତୀ ଅଞ୍ଚଳଗୁଡ଼ିକରେ ଯେପରି ସୁସମାଚାର ପ୍ରଚାର କରିପାରିବା, ଏହା ଭରସା କରୁଅଛୁ।
17କିନ୍ତୁ ଯେ ଦର୍ପ କରେ, ସେ ପ୍ରଭୁଙ୍କଠାରେ ଦର୍ପ କରୁ।
18କାରଣ ଯେ ନିଜର ପ୍ରଶଂସା କରେ, ସେ ପରୀକ୍ଷାସିଦ୍ଧ ନୁହେଁ, ମାତ୍ର ପ୍ରଭୁ ଯାହାର ପ୍ରଶଂସା କରନ୍ତି, ସେ ପରୀକ୍ଷାସିଦ୍ଧ।