1ତୁମ୍ଭମାନଙ୍କ ସାକ୍ଷାତରେ ତୁମ୍ଭମାନଙ୍କ ମଧ୍ୟରେ ନମ୍ର, କିନ୍ତୁ ଅସାକ୍ଷାତରେ ତୁମ୍ଭମାନଙ୍କ ପ୍ରତି ସାହସିକ ଯେ ମୁଁ ପାଉଲ, ମୁଁ ନିଜେ ଖ୍ରୀଷ୍ଟଙ୍କ ମୃଦୁ ଓ କୋମଳ ଭାବ ସ୍ମରଣ କରାଇ ତୁମ୍ଭମାନଙ୍କୁ ଅନୁରୋଧ କରେ;
2ହଁ, ମୁଁ ପ୍ରାର୍ଥନା କରୁଅଛି ଯେ, ଆମ୍ଭେମାନେ ଶାରୀରିକ ଭାବାନୁସାରେ ଆଚରଣ କରୁଅଛୁ ବୋଲି ଯେଉଁମାନେ ମନେ କରନ୍ତି, ଏପରି କାହାରି କାହାରି ବିରୁଦ୍ଧରେ ସାହସ ଦେଖାଇବା ନିମନ୍ତେ ମୁଁ ଯେଉଁ ସଂକଳ୍ପ କରିଅଛି, ଉପସ୍ଥିତ ହୋଇ ଯେପରି ମୋତେ ସେହି ପ୍ରକାର ସାହସ ଦେଖାଇବାକୁ ନ ହୁଏ;
3କାରଣ ଆମ୍ଭେମାନେ ଶରୀରରେ ଥାଇ ଆଚରଣ କରୁଅଛୁ ସତ୍ୟ, କିନ୍ତୁ ଆମ୍ଭେମାନେ ଶାରୀରିକ ଭାବରେ ଯୁଦ୍ଧ କରୁ ନାହୁଁ,
4(ଯେଣୁ ଆମ୍ଭମାନଙ୍କ ଯୁଦ୍ଧର ଅସ୍ତ୍ରଶସ୍ତ୍ର ଶାରୀରିକ ନୁହେଁ, ମାତ୍ର ଦୃଢ଼ ଗଡ଼ ଭୂମିସାତ୍ କରିବା ନିମନ୍ତେ ଈଶ୍ବରଙ୍କ ଦୃଷ୍ଟିରେ ସେହିସବୁ ଶକ୍ତିଯୁକ୍ତ ଅଟେ);