୨ କରିନ୍ଥୀୟ 10

(ଯେଣୁ ଆମ୍ଭମାନଙ୍କ ଯୁଦ୍ଧର ଅସ୍ତ୍ରଶସ୍ତ୍ର ଶାରୀରିକ ନୁହେଁ, ମାତ୍ର ଦୃଢ଼ ଗଡ଼ ଭୂମିସାତ୍‍ କରିବା ନିମନ୍ତେ ଈଶ୍ବରଙ୍କ ଦୃଷ୍ଟିରେ ସେହିସବୁ ଶକ୍ତିଯୁକ୍ତ ଅଟେ);

2 Corinthians 10:4 (UKJV) (For the weapons of our warfare are not carnal, but mighty through God to the pulling down of strong holds;)

2ହଁ, ମୁଁ ପ୍ରାର୍ଥନା କରୁଅଛି ଯେ, ଆମ୍ଭେମାନେ ଶାରୀରିକ ଭାବାନୁସାରେ ଆଚରଣ କରୁଅଛୁ ବୋଲି ଯେଉଁମାନେ ମନେ କରନ୍ତି, ଏପରି କାହାରି କାହାରି ବିରୁଦ୍ଧରେ ସାହସ ଦେଖାଇବା ନିମନ୍ତେ ମୁଁ ଯେଉଁ ସଂକଳ୍ପ କରିଅଛି, ଉପସ୍ଥିତ ହୋଇ ଯେପରି ମୋତେ ସେହି ପ୍ରକାର ସାହସ ଦେଖାଇବାକୁ ନ ହୁଏ;

3କାରଣ ଆମ୍ଭେମାନେ ଶରୀରରେ ଥାଇ ଆଚରଣ କରୁଅଛୁ ସତ୍ୟ, କିନ୍ତୁ ଆମ୍ଭେମାନେ ଶାରୀରିକ ଭାବରେ ଯୁଦ୍ଧ କରୁ ନାହୁଁ,

4(ଯେଣୁ ଆମ୍ଭମାନଙ୍କ ଯୁଦ୍ଧର ଅସ୍ତ୍ରଶସ୍ତ୍ର ଶାରୀରିକ ନୁହେଁ, ମାତ୍ର ଦୃଢ଼ ଗଡ଼ ଭୂମିସାତ୍‍ କରିବା ନିମନ୍ତେ ଈଶ୍ବରଙ୍କ ଦୃଷ୍ଟିରେ ସେହିସବୁ ଶକ୍ତିଯୁକ୍ତ ଅଟେ);

5ଆମ୍ଭେମାନେ ତର୍କବିତର୍କସବୁ ଓ ଈଶ୍ବରଙ୍କ ଜ୍ଞାନ ବିରୁଦ୍ଧରେ ଉତ୍ଥିତ ସମସ୍ତ ଉଚ୍ଚ ବିଷୟ ଭୂମିସାତ୍‍ କରୁ, ପୁଣି, ପ୍ରତ୍ୟେକ କଳ୍ପନାକୁ ଖ୍ରୀଷ୍ଟଙ୍କ ବାଧ୍ୟ ହେବା ନିମନ୍ତେ ବନ୍ଦୀ କରୁ,

6ଆଉ, ଯେତେବେଳେ ତୁମ୍ଭେମାନେ ସମ୍ପୂର୍ଣ୍ଣ ରୂପେ ବାଧ୍ୟ ହେବ, ସେତେବେଳେ ସମସ୍ତ ଅବାଧ୍ୟତାର ପ୍ରତିକାର କରିବା ନିମନ୍ତେ ଆମ୍ଭେମାନେ ପ୍ରସ୍ତୁତ ଅଛୁ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.