୨ କରିନ୍ଥୀୟ 10

ମୋହର ପତ୍ରଗୁଡ଼ିକ ଦ୍ୱାରା ମୁଁ ତୁମ୍ଭମାନଙ୍କୁ ଭୟମାତ୍ର ଦେଖାଉଅଛି ବୋଲି ବୋଧ ନ ହେଉ।

2 Corinthians 10:9 (UKJV) That I may not seem as if I would terrify you by letters.

7ତୁମ୍ଭେମାନେ ବାହ୍ୟ ବିଷୟସବୁ ଦେଖୁଅଛ। ଯଦି କେହି ଆପଣାକୁ ଖ୍ରୀଷ୍ଟଙ୍କର ବୋଲି ବିଶ୍ୱାସ କରେ, ତେବେ ସେ ଯେପରି ଖ୍ରୀଷ୍ଟଙ୍କର, ଆମ୍ଭେମାନେ ମଧ୍ୟ ଯେ ସେହିପରି ଖ୍ରୀଷ୍ଟଙ୍କର, ଏହା ସେ ପୁଣି, ଆପେ ବିବେଚନା କରୁ।

8କାରଣ ଆମ୍ଭମାନଙ୍କ ଅଧିକାର ସମ୍ବନ୍ଧରେ ମୁଁ କିଛି ଅଧିକ ଦର୍ପ କଲେ ସୁଦ୍ଧା ଲଜ୍ଜା ପାଇବି ନାହିଁ; ତୁମ୍ଭମାନଙ୍କୁ ଭୂମିସାତ୍‍ କରିବା ନିମନ୍ତେ ପ୍ରଭୁ ଆମ୍ଭମାନଙ୍କୁ ଏହି ଅଧିକାର ନ ଦେଇ ତୁମ୍ଭମାନଙ୍କର ଗଠନ ନିମନ୍ତେ ଦେଇଅଛନ୍ତି;

9ମୋହର ପତ୍ରଗୁଡ଼ିକ ଦ୍ୱାରା ମୁଁ ତୁମ୍ଭମାନଙ୍କୁ ଭୟମାତ୍ର ଦେଖାଉଅଛି ବୋଲି ବୋଧ ନ ହେଉ।

10କାରଣ କେତେକେ କହନ୍ତି, ତାହାର ପତ୍ରସବୁ ଗୁରୁଭାବପୂର୍ଣ୍ଣ ଓ ଶକ୍ତିଯୁକ୍ତ, ମାତ୍ର ସାକ୍ଷାତରେ ତାହାର ଶରୀର ଦୁର୍ବଳ ଓ ତାହାର ବାକ୍ୟ ତୁଚ୍ଛନୀୟ।

11ଆମ୍ଭେମାନେ ଅନୁପସ୍ଥିତ ଥିବା ସମୟରେ ପତ୍ର ଦ୍ୱାରା ବାକ୍ୟରେ ଯେପରି, ଉପସ୍ଥିତ ଥିବା ସମୟରେ କାର୍ଯ୍ୟରେ ମଧ୍ୟ ସେହିପରି, ଏହା ଏହିପରି ଲୋକେ ବୁଝନ୍ତୁ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.