1ତୁମ୍ଭେମାନେ ଯଦି ମୋହର ଅଳ୍ପ ନିର୍ବୋଧତା ସହ୍ୟ କରନ୍ତ! ହଁ, ତୁମ୍ଭେମାନେ ତ ମୋʼ ପ୍ରତି ସହିଷ୍ଣୁ।
2କାରଣ ଈଶ୍ବରଙ୍କ ବିଷୟକ ଉଦ୍ଯୋଗରେ ମୁଁ ତୁମ୍ଭମାନଙ୍କ ନିମନ୍ତେ ଉଦ୍ଯୋଗୀ, ଯେଣୁ ମୁଁ ତୁମ୍ଭମାନଙ୍କୁ ସତୀ କନ୍ୟା ସଦୃଶ ଏକ ସ୍ୱାମୀଠାରେ, ଅର୍ଥାତ୍, ଖ୍ରୀଷ୍ଟଙ୍କଠାରେ, ସମର୍ପଣ କରିବା ନିମନ୍ତେ ବାଗ୍ଦାନ କରିଅଛି।
3କିନ୍ତୁ ସର୍ପ ଆପଣା ଧୂର୍ତ୍ତତାରେ ହବାଙ୍କୁ ଯେପରି ଭୁଲାଇଲା, ସେହିପରି କାଳେ ତୁମ୍ଭମାନଙ୍କ ମନ ଖ୍ରୀଷ୍ଟଙ୍କ ପ୍ରତି ସରଳତା ଓ ପବିତ୍ରତାରୁ ଭ୍ରଷ୍ଟ ହୁଏ, ମୋହର ଏହି ଭୟ ହେଉଅଛି।