8ତୁମ୍ଭମାନଙ୍କର ସେବା କରିବା ନିମନ୍ତେ ମୁଁ ଅନ୍ୟାନ୍ୟ ମଣ୍ଡଳୀ-ସମୂହରୁ ବେତନ ଗ୍ରହଣ କରି ସେମାନଙ୍କୁ ଲୁଣ୍ଠନ କଲି,
9କିନ୍ତୁ ମୁଁ ତୁମ୍ଭମାନଙ୍କ ମଧ୍ୟରେ ଥିବା ସମୟରେ ଯେତେବେଳେ ଅଭାବଗ୍ରସ୍ତ ହୋଇଥିଲି, ସେତେବେଳେ ମୁଁ କୌଣସି ଲୋକର ଭାର ସ୍ୱରୂପ ହୋଇ ନ ଥିଲି, କାରଣ ମାକିଦନିଆରୁ ଭାଇମାନେ ଆସି ମୋହର ଅଭାବ ପୂରଣ କରିଥିଲେ, ପୁଣି, କୌଣସି ବିଷୟରେ ତୁମ୍ଭମାନଙ୍କର ଭାର ସ୍ୱରୂପ ନ ହେବାକୁ ଆପଣା ବିଷୟରେ ଜାଗ୍ରତ ହୋଇଥିଲି, ଆଉ ଜାଗ୍ରତ ହୋଇ ରହିବି।
10ମୋʼ ଠାରେ ଥିବା ଖ୍ରୀଷ୍ଟଙ୍କ ସତ୍ୟକୁ ସାକ୍ଷୀ ମାନି ମୁଁ କହୁଅଛି ଯେ, ଆଖାୟାର ଅଞ୍ଚଳସମୂହରେ ମୋହର ଏହି ଦର୍ପ କେହି ଖଣ୍ଡନ କରିବ ନାହିଁ, କାହିଁକି?
11ମୁଁ ତୁମ୍ଭମାନଙ୍କୁ ପ୍ରେମ କରୁ ନ ଥିବାରୁ? ଈଶ୍ବର ଜାଣନ୍ତି।
12କିନ୍ତୁ ଦର୍ପର ବିଷୟରେ ଆମ୍ଭମାନଙ୍କ ପରି ଦେଖାଯିବା ନିମନ୍ତେ ଯେଉଁମାନେ ସୁଯୋଗ ଅନ୍ୱେଷଣ କରନ୍ତି, ମୁଁ ଯେପରି ସେମାନଙ୍କୁ ସୁଯୋଗ ନ ଦିଏ, ଏଥିନିମନ୍ତେ ମୁଁ ଯାହା କରୁଅଛି, ତାହା କରୁଥିବି।