୨ କରିନ୍ଥୀୟ 11

କାରଣ ଏହିପରି ଲୋକେ ଭଣ୍ଡ ପ୍ରେରିତ ଓ ଶଠ କାର୍ଯ୍ୟକାରୀ, ସେମାନେ ଖ୍ରୀଷ୍ଟଙ୍କ ପ୍ରେରିତମାନଙ୍କ ବେଶ ଧାରଣ କରନ୍ତି।

2 Corinthians 11:13 (UKJV) For such are false apostles, deceitful workers, transforming themselves into the apostles of Christ.

11ମୁଁ ତୁମ୍ଭମାନଙ୍କୁ ପ୍ରେମ କରୁ ନ ଥିବାରୁ? ଈଶ୍ବର ଜାଣନ୍ତି।

12କିନ୍ତୁ ଦର୍ପର ବିଷୟରେ ଆମ୍ଭମାନଙ୍କ ପରି ଦେଖାଯିବା ନିମନ୍ତେ ଯେଉଁମାନେ ସୁଯୋଗ ଅନ୍ୱେଷଣ କରନ୍ତି, ମୁଁ ଯେପରି ସେମାନଙ୍କୁ ସୁଯୋଗ ନ ଦିଏ, ଏଥିନିମନ୍ତେ ମୁଁ ଯାହା କରୁଅଛି, ତାହା କରୁଥିବି।

13କାରଣ ଏହିପରି ଲୋକେ ଭଣ୍ଡ ପ୍ରେରିତ ଓ ଶଠ କାର୍ଯ୍ୟକାରୀ, ସେମାନେ ଖ୍ରୀଷ୍ଟଙ୍କ ପ୍ରେରିତମାନଙ୍କ ବେଶ ଧାରଣ କରନ୍ତି।

14ଆଉ ଏହା ଆଶ୍ଚର୍ଯ୍ୟ ନୁହେଁ, କାରଣ ଶୟତାନ ନିଜେ ଦୀପ୍ତିମୟ ଦୂତର ବେଶ ଧାରଣ କରେ।

15ଅତଏବ, ଯଦି ତାହାର ସେବକମାନେ ମଧ୍ୟ ଧାର୍ମିକତାର ସେବକମାନଙ୍କ ବେଶ ଧାରଣ କରନ୍ତି, ତେବେ ତାହା ବଡ଼ ବିଷୟ ନୁହେଁ; ସେମାନଙ୍କ ଶେଷ ଦଶା ସେମାନଙ୍କ କର୍ମ ଅନୁସାରେ ଘଟିବ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.