୨ କରିନ୍ଥୀୟ 11

ଅନେକ ସାଂସାରିକ ଭାବରେ ଦର୍ପ କରୁଥିବାରୁ ମୁଁ ମଧ୍ୟ ଦର୍ପ କରିବି।

2 Corinthians 11:18 (UKJV) Seeing that many glory after the flesh, I will glory also.

16ମୁଁ ପୁନର୍ବାର କହୁଅଛି, କେହି ମୋତେ ନିର୍ବୋଧ ମନେ ନ କରୁ; କିନ୍ତୁ ଯଦି ତୁମ୍ଭେମାନେ ସେପରି ମନେ କର, ତେବେ ସୁଦ୍ଧା ମୋତେ ନିର୍ବୋଧ ପରି ଗ୍ରହଣ କର, ଯେପରି ମୁଁ ମଧ୍ୟ ଅଳ୍ପ ଦର୍ପ କରିପାରେ।

17ମୁଁ ଯାହା କହୁଅଛି, ତାହା ପ୍ରଭୁଙ୍କ ମତାନୁସାରେ କହୁ ନାହିଁ, ମାତ୍ର ନିର୍ବୋଧ ତୁଲ୍ୟ ଏପରି ଅତ୍ୟନ୍ତ ସାହସରେ ଦର୍ପ କରି କହୁଅଛି।

18ଅନେକ ସାଂସାରିକ ଭାବରେ ଦର୍ପ କରୁଥିବାରୁ ମୁଁ ମଧ୍ୟ ଦର୍ପ କରିବି।

19କାରଣ ତୁମ୍ଭେମାନେ ବୁଦ୍ଧିମାନ ଦାସ ବୋଲି ସିନା ଆନନ୍ଦରେ ନିର୍ବୋଧମାନଙ୍କ ପ୍ରତି ସହିଷ୍ଣୁ ହେଉଅଛ।

20ଯେଣୁ ଯଦି କେହି ତୁମ୍ଭମାନଙ୍କୁ ଦାସ କରି ରଖେ, ତୁମ୍ଭମାନଙ୍କ ସମ୍ପତ୍ତି ଗ୍ରାସ କରେ, ତୁମ୍ଭମାନଙ୍କୁ ଫାନ୍ଦରେ ପକାଇ ଧରେ, ଅହଙ୍କାର କରେ ବା ତୁମ୍ଭମାନଙ୍କ ମୁହଁରେ ଚାପୁଡ଼ା ମାରେ, ତେବେ ତୁମ୍ଭେମାନେ ତାହା ସହିଥାଅ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.