17ମୁଁ ଯାହା କହୁଅଛି, ତାହା ପ୍ରଭୁଙ୍କ ମତାନୁସାରେ କହୁ ନାହିଁ, ମାତ୍ର ନିର୍ବୋଧ ତୁଲ୍ୟ ଏପରି ଅତ୍ୟନ୍ତ ସାହସରେ ଦର୍ପ କରି କହୁଅଛି।
18ଅନେକ ସାଂସାରିକ ଭାବରେ ଦର୍ପ କରୁଥିବାରୁ ମୁଁ ମଧ୍ୟ ଦର୍ପ କରିବି।
19କାରଣ ତୁମ୍ଭେମାନେ ବୁଦ୍ଧିମାନ ଦାସ ବୋଲି ସିନା ଆନନ୍ଦରେ ନିର୍ବୋଧମାନଙ୍କ ପ୍ରତି ସହିଷ୍ଣୁ ହେଉଅଛ।
20ଯେଣୁ ଯଦି କେହି ତୁମ୍ଭମାନଙ୍କୁ ଦାସ କରି ରଖେ, ତୁମ୍ଭମାନଙ୍କ ସମ୍ପତ୍ତି ଗ୍ରାସ କରେ, ତୁମ୍ଭମାନଙ୍କୁ ଫାନ୍ଦରେ ପକାଇ ଧରେ, ଅହଙ୍କାର କରେ ବା ତୁମ୍ଭମାନଙ୍କ ମୁହଁରେ ଚାପୁଡ଼ା ମାରେ, ତେବେ ତୁମ୍ଭେମାନେ ତାହା ସହିଥାଅ।
21ମୁଁ ଲଜ୍ଜା ସହ ସ୍ୱୀକାର କରୁଅଛି ଯେ, ଆମ୍ଭେମାନେ ତ ଦୁର୍ବଳ ହୋଇଅଛୁ। ତଥାପି ଯେକୌଣସି ବିଷୟରେ କେହି ସାହସୀ ଅଟେ (ମୁଁ ନିର୍ବୋଧତାରେ କହୁଅଛି), ମୁଁ ମଧ୍ୟ ସାହସୀ।