୨ କରିନ୍ଥୀୟ 11

ମୁଁ ଲଜ୍ଜା ସହ ସ୍ୱୀକାର କରୁଅଛି ଯେ, ଆମ୍ଭେମାନେ ତ ଦୁର୍ବଳ ହୋଇଅଛୁ। ତଥାପି ଯେକୌଣସି ବିଷୟରେ କେହି ସାହସୀ ଅଟେ (ମୁଁ ନିର୍ବୋଧତାରେ କହୁଅଛି), ମୁଁ ମଧ୍ୟ ସାହସୀ।

2 Corinthians 11:21 (UKJV) I speak as concerning reproach, as though we had been weak. Nevertheless whatever that anyone is bold, (I speak foolishly,) I am bold also.

19କାରଣ ତୁମ୍ଭେମାନେ ବୁଦ୍ଧିମାନ ଦାସ ବୋଲି ସିନା ଆନନ୍ଦରେ ନିର୍ବୋଧମାନଙ୍କ ପ୍ରତି ସହିଷ୍ଣୁ ହେଉଅଛ।

20ଯେଣୁ ଯଦି କେହି ତୁମ୍ଭମାନଙ୍କୁ ଦାସ କରି ରଖେ, ତୁମ୍ଭମାନଙ୍କ ସମ୍ପତ୍ତି ଗ୍ରାସ କରେ, ତୁମ୍ଭମାନଙ୍କୁ ଫାନ୍ଦରେ ପକାଇ ଧରେ, ଅହଙ୍କାର କରେ ବା ତୁମ୍ଭମାନଙ୍କ ମୁହଁରେ ଚାପୁଡ଼ା ମାରେ, ତେବେ ତୁମ୍ଭେମାନେ ତାହା ସହିଥାଅ।

21ମୁଁ ଲଜ୍ଜା ସହ ସ୍ୱୀକାର କରୁଅଛି ଯେ, ଆମ୍ଭେମାନେ ତ ଦୁର୍ବଳ ହୋଇଅଛୁ। ତଥାପି ଯେକୌଣସି ବିଷୟରେ କେହି ସାହସୀ ଅଟେ (ମୁଁ ନିର୍ବୋଧତାରେ କହୁଅଛି), ମୁଁ ମଧ୍ୟ ସାହସୀ।

22ସେମାନେ କି ଏବ୍ରୀୟ? ମୁଁ ମଧ୍ୟ ଏବ୍ରୀୟ। ସେମାନେ କି ଇସ୍ରାଏଲୀୟ? ମୁଁ ମଧ୍ୟ ଇସ୍ରାଏଲୀୟ। ସେମାନେ କି ଅବ୍ରହାମଙ୍କ ସନ୍ତାନ? ମୁଁ ମଧ୍ୟ ଅବ୍ରହାମଙ୍କ ସନ୍ତାନ।

23ସେମାନେ କି ଖ୍ରୀଷ୍ଟଙ୍କ ସେବକ? (ମୁଁ ପାଗଳ ପରି କହୁଅଛି), ମୁଁ ଅଧିକ ରୂପେ ଖ୍ରୀଷ୍ଟଙ୍କର ସେବକ, ଅଧିକ ପରିଶ୍ରମ କରିବାରେ, ଅଧିକ କାରାବାସ ଭୋଗରେ, ଅପରିମିତ ପ୍ରହାର ସହ୍ୟ କରିବାରେ, ବାରମ୍ବାର ମୃତ୍ୟୁର ସମ୍ମୁଖୀନ ହେବାରେ;

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.