22ସେମାନେ କି ଏବ୍ରୀୟ? ମୁଁ ମଧ୍ୟ ଏବ୍ରୀୟ। ସେମାନେ କି ଇସ୍ରାଏଲୀୟ? ମୁଁ ମଧ୍ୟ ଇସ୍ରାଏଲୀୟ। ସେମାନେ କି ଅବ୍ରହାମଙ୍କ ସନ୍ତାନ? ମୁଁ ମଧ୍ୟ ଅବ୍ରହାମଙ୍କ ସନ୍ତାନ।
23ସେମାନେ କି ଖ୍ରୀଷ୍ଟଙ୍କ ସେବକ? (ମୁଁ ପାଗଳ ପରି କହୁଅଛି), ମୁଁ ଅଧିକ ରୂପେ ଖ୍ରୀଷ୍ଟଙ୍କର ସେବକ, ଅଧିକ ପରିଶ୍ରମ କରିବାରେ, ଅଧିକ କାରାବାସ ଭୋଗରେ, ଅପରିମିତ ପ୍ରହାର ସହ୍ୟ କରିବାରେ, ବାରମ୍ବାର ମୃତ୍ୟୁର ସମ୍ମୁଖୀନ ହେବାରେ;
24ମୁଁ ଯିହୁଦୀମାନଙ୍କଠାରୁ ପାଞ୍ଚ ଥର ଅଣଚାଳିଶ ପ୍ରହାର ପାଇଅଛି,
25ତିନି ଥର ବେତ୍ରାଘାତ, ଥରେ ପ୍ରସ୍ତରାଘାତ, ତିନି ଥର ଜାହାଜଭଙ୍ଗ ସହିଅଛି, ଅଗାଧ ଜଳରେ ଦିବାରାତ୍ର କ୍ଷେପଣ କରିଅଛି,
26ଅନେକ ଥର ଯାତ୍ରା କରିବାରେ, ନଦୀର ବିପଦରେ, ଡକାଇତଙ୍କ ବିପଦରେ, ସ୍ୱଜାତିଠାରୁ ବିପଦରେ, ଅଣଯିହୁଦୀମାନଙ୍କଠାରୁ ବିପଦରେ, ନଗରର ବିପଦରେ, ପ୍ରାନ୍ତରର ବିପଦରେ, ସମୁଦ୍ରର ବିପଦରେ,