୨ କରିନ୍ଥୀୟ 11

ଭଣ୍ଡ ଭାଇମାନଙ୍କଠାରୁ ବିପଦରେ, ପରିଶ୍ରମ ଓ କଷ୍ଟ ଭୋଗରେ, ଅନେକ ଥର ଉଜାଗରରେ, କ୍ଷୁଧା ଓ ତୃଷ୍ଣାରେ, ଅନେକ ଥର ଉପବାସରେ, ଶୀତ ଓ ଉଲଗ୍ନତାରେ ମଧ୍ୟ ରହିଅଛି।

2 Corinthians 11:27 (UKJV) In weariness and painfulness, in watchings often, in hunger and thirst, in fastings often, in cold and nakedness.

25ତିନି ଥର ବେତ୍ରାଘାତ, ଥରେ ପ୍ରସ୍ତରାଘାତ, ତିନି ଥର ଜାହାଜଭଙ୍ଗ ସହିଅଛି, ଅଗାଧ ଜଳରେ ଦିବାରାତ୍ର କ୍ଷେପଣ କରିଅଛି,

26ଅନେକ ଥର ଯାତ୍ରା କରିବାରେ, ନଦୀର ବିପଦରେ, ଡକାଇତଙ୍କ ବିପଦରେ, ସ୍ୱଜାତିଠାରୁ ବିପଦରେ, ଅଣଯିହୁଦୀମାନଙ୍କଠାରୁ ବିପଦରେ, ନଗରର ବିପଦରେ, ପ୍ରାନ୍ତରର ବିପଦରେ, ସମୁଦ୍ରର ବିପଦରେ,

27ଭଣ୍ଡ ଭାଇମାନଙ୍କଠାରୁ ବିପଦରେ, ପରିଶ୍ରମ ଓ କଷ୍ଟ ଭୋଗରେ, ଅନେକ ଥର ଉଜାଗରରେ, କ୍ଷୁଧା ଓ ତୃଷ୍ଣାରେ, ଅନେକ ଥର ଉପବାସରେ, ଶୀତ ଓ ଉଲଗ୍ନତାରେ ମଧ୍ୟ ରହିଅଛି।

28ଅବଶିଷ୍ଟ ସମସ୍ତ ବିଷୟ ଛଡ଼ା ଆଉ ଗୋଟିଏ ବିଷୟ ପ୍ରତିଦିନ ମୋʼ ଉପରେ ମାଡ଼ିପଡ଼ୁଅଛି, ଅର୍ଥାତ୍‍ ମଣ୍ଡଳୀ-ସମୂହ ନିମନ୍ତେ ଚିନ୍ତା।

29କେହି ଦୁର୍ବଳ ହେଲେ ମୁଁ କଅଣ ଦୁର୍ବଳ ନୁହେଁ? କେହି ବିଘ୍ନ ପାଇଲେ ମୁଁ କଅଣ ଉତ୍ତପ୍ତ ହୁଏ ନାହିଁ?

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.