27ଭଣ୍ଡ ଭାଇମାନଙ୍କଠାରୁ ବିପଦରେ, ପରିଶ୍ରମ ଓ କଷ୍ଟ ଭୋଗରେ, ଅନେକ ଥର ଉଜାଗରରେ, କ୍ଷୁଧା ଓ ତୃଷ୍ଣାରେ, ଅନେକ ଥର ଉପବାସରେ, ଶୀତ ଓ ଉଲଗ୍ନତାରେ ମଧ୍ୟ ରହିଅଛି।
28ଅବଶିଷ୍ଟ ସମସ୍ତ ବିଷୟ ଛଡ଼ା ଆଉ ଗୋଟିଏ ବିଷୟ ପ୍ରତିଦିନ ମୋʼ ଉପରେ ମାଡ଼ିପଡ଼ୁଅଛି, ଅର୍ଥାତ୍ ମଣ୍ଡଳୀ-ସମୂହ ନିମନ୍ତେ ଚିନ୍ତା।
29କେହି ଦୁର୍ବଳ ହେଲେ ମୁଁ କଅଣ ଦୁର୍ବଳ ନୁହେଁ? କେହି ବିଘ୍ନ ପାଇଲେ ମୁଁ କଅଣ ଉତ୍ତପ୍ତ ହୁଏ ନାହିଁ?
30ଯଦି ମୋହର ଦର୍ପ କରିବାର ଆବଶ୍ୟକ ହୁଏ, ତେବେ ମୁଁ ମୋହର ଦୁର୍ବଳତା ବିଷୟରେ ଦର୍ପ କରିବି।
31ମୁଁ ଯେ ମିଥ୍ୟା କହୁ ନାହିଁ, ଏହା ପ୍ରଭୁ ଯୀଶୁଙ୍କ ଈଶ୍ବର ଓ ପିତା ଜାଣନ୍ତି; ସେ ଯୁଗେ ଯୁଗେ ଧନ୍ୟ।