୨ କରିନ୍ଥୀୟ 11

କିନ୍ତୁ ସର୍ପ ଆପଣା ଧୂର୍ତ୍ତତାରେ ହବାଙ୍କୁ ଯେପରି ଭୁଲାଇଲା, ସେହିପରି କାଳେ ତୁମ୍ଭମାନଙ୍କ ମନ ଖ୍ରୀଷ୍ଟଙ୍କ ପ୍ରତି ସରଳତା ଓ ପବିତ୍ରତାରୁ ଭ୍ରଷ୍ଟ ହୁଏ, ମୋହର ଏହି ଭୟ ହେଉଅଛି।

2 Corinthians 11:3 (UKJV) But I fear, lest by any means, as the serpent misled Eve through his subtlety, so your minds should be corrupted from the simplicity that is in Christ.

1ତୁମ୍ଭେମାନେ ଯଦି ମୋହର ଅଳ୍ପ ନିର୍ବୋଧତା ସହ୍ୟ କରନ୍ତ! ହଁ, ତୁମ୍ଭେମାନେ ତ ମୋʼ ପ୍ରତି ସହିଷ୍ଣୁ।

2କାରଣ ଈଶ୍ବରଙ୍କ ବିଷୟକ ଉଦ୍‌ଯୋଗରେ ମୁଁ ତୁମ୍ଭମାନଙ୍କ ନିମନ୍ତେ ଉଦ୍‍ଯୋଗୀ, ଯେଣୁ ମୁଁ ତୁମ୍ଭମାନଙ୍କୁ ସତୀ କନ୍ୟା ସଦୃଶ ଏକ ସ୍ୱାମୀଠାରେ, ଅର୍ଥାତ୍‍, ଖ୍ରୀଷ୍ଟଙ୍କଠାରେ, ସମର୍ପଣ କରିବା ନିମନ୍ତେ ବାଗ୍‍ଦାନ କରିଅଛି।

3କିନ୍ତୁ ସର୍ପ ଆପଣା ଧୂର୍ତ୍ତତାରେ ହବାଙ୍କୁ ଯେପରି ଭୁଲାଇଲା, ସେହିପରି କାଳେ ତୁମ୍ଭମାନଙ୍କ ମନ ଖ୍ରୀଷ୍ଟଙ୍କ ପ୍ରତି ସରଳତା ଓ ପବିତ୍ରତାରୁ ଭ୍ରଷ୍ଟ ହୁଏ, ମୋହର ଏହି ଭୟ ହେଉଅଛି।

4କାରଣ ଯେଉଁ ଯୀଶୁଙ୍କୁ ଆମ୍ଭେମାନେ ପ୍ରଚାର କଲୁ ନାହିଁ, ଏପରି ଅନ୍ୟ ଯୀଶୁଙ୍କୁ ଯଦି କେହି ଆସି ପ୍ରଚାର କରେ, ବା ଯେଉଁ ଆତ୍ମା ତୁମ୍ଭେମାନେ ପ୍ରାପ୍ତ ହେଲ ନାହିଁ, ଏପରି ଅନ୍ୟ ଏକ ଆତ୍ମା ପ୍ରାପ୍ତ ହୁଅ, ଅବା ଯେଉଁ ସୁସମାଚାର ତୁମ୍ଭେମାନେ ଗ୍ରହଣ କଲ ନାହିଁ, ଏପରି ଅନ୍ୟ ଏକ ସୁସମାଚାର ପ୍ରାପ୍ତ ହୁଅ, ତାହାହେଲେ ତୁମ୍ଭେମାନେ ତ ବଡ଼ ସହିଷ୍ଣୁ।

5କାରଣ ସେହି ଶ୍ରେଷ୍ଠତର ପ୍ରେରିତମାନଙ୍କଠାରୁ ମୁଁ ଯେକୌଣସି ପ୍ରକାରେ କ୍ଷୁଦ୍ର ନୁହେଁ, ଏହା ମନେ କରୁଅଛି।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.