29କେହି ଦୁର୍ବଳ ହେଲେ ମୁଁ କଅଣ ଦୁର୍ବଳ ନୁହେଁ? କେହି ବିଘ୍ନ ପାଇଲେ ମୁଁ କଅଣ ଉତ୍ତପ୍ତ ହୁଏ ନାହିଁ?
30ଯଦି ମୋହର ଦର୍ପ କରିବାର ଆବଶ୍ୟକ ହୁଏ, ତେବେ ମୁଁ ମୋହର ଦୁର୍ବଳତା ବିଷୟରେ ଦର୍ପ କରିବି।
31ମୁଁ ଯେ ମିଥ୍ୟା କହୁ ନାହିଁ, ଏହା ପ୍ରଭୁ ଯୀଶୁଙ୍କ ଈଶ୍ବର ଓ ପିତା ଜାଣନ୍ତି; ସେ ଯୁଗେ ଯୁଗେ ଧନ୍ୟ।
32ଦମ୍ମେଶକରେ ହାରେତା ରାଜାଙ୍କ ଶାସନକର୍ତ୍ତା ମୋତେ ଧରିବା ନିମନ୍ତେ ଉକ୍ତ ସହରରେ ପ୍ରହରୀମାନଙ୍କୁ ଜଗାଇଥିଲେ,
33ଆଉ ଟୋକାଇରେ ଗୋଟିଏ ଝରକା ବାଟେ ପ୍ରାଚୀର ଦେଇ ମୋତେ ଓହ୍ଲାଇ ଦିଆଗଲା, ପୁଣି, ମୁଁ ତାହାଙ୍କ ହସ୍ତରୁ ରକ୍ଷା ପାଇଲି।