୨ କରିନ୍ଥୀୟ 11

କିନ୍ତୁ ଯଦ୍ୟପି ମୁଁ ବକ୍ତୃତାରେ ପାରଙ୍ଗମ ନୁହେଁ, ତଥାପି ମୁଁ ଜ୍ଞାନରେ ଅପାରଙ୍ଗମ ନୁହେଁ ପ୍ରକୃତରେ ଆମ୍ଭେମାନେ ସମସ୍ତ ପ୍ରକାରେ ସମସ୍ତ ବିଷୟରେ ତୁମ୍ଭମାନଙ୍କ ପ୍ରତି ଏହା ପ୍ରକାଶ କଲୁ।

2 Corinthians 11:6 (UKJV) But though I be rude in speech, yet not in knowledge; but we have been thoroughly made manifest among you in all things.

4କାରଣ ଯେଉଁ ଯୀଶୁଙ୍କୁ ଆମ୍ଭେମାନେ ପ୍ରଚାର କଲୁ ନାହିଁ, ଏପରି ଅନ୍ୟ ଯୀଶୁଙ୍କୁ ଯଦି କେହି ଆସି ପ୍ରଚାର କରେ, ବା ଯେଉଁ ଆତ୍ମା ତୁମ୍ଭେମାନେ ପ୍ରାପ୍ତ ହେଲ ନାହିଁ, ଏପରି ଅନ୍ୟ ଏକ ଆତ୍ମା ପ୍ରାପ୍ତ ହୁଅ, ଅବା ଯେଉଁ ସୁସମାଚାର ତୁମ୍ଭେମାନେ ଗ୍ରହଣ କଲ ନାହିଁ, ଏପରି ଅନ୍ୟ ଏକ ସୁସମାଚାର ପ୍ରାପ୍ତ ହୁଅ, ତାହାହେଲେ ତୁମ୍ଭେମାନେ ତ ବଡ଼ ସହିଷ୍ଣୁ।

5କାରଣ ସେହି ଶ୍ରେଷ୍ଠତର ପ୍ରେରିତମାନଙ୍କଠାରୁ ମୁଁ ଯେକୌଣସି ପ୍ରକାରେ କ୍ଷୁଦ୍ର ନୁହେଁ, ଏହା ମନେ କରୁଅଛି।

6କିନ୍ତୁ ଯଦ୍ୟପି ମୁଁ ବକ୍ତୃତାରେ ପାରଙ୍ଗମ ନୁହେଁ, ତଥାପି ମୁଁ ଜ୍ଞାନରେ ଅପାରଙ୍ଗମ ନୁହେଁ ପ୍ରକୃତରେ ଆମ୍ଭେମାନେ ସମସ୍ତ ପ୍ରକାରେ ସମସ୍ତ ବିଷୟରେ ତୁମ୍ଭମାନଙ୍କ ପ୍ରତି ଏହା ପ୍ରକାଶ କଲୁ।

7ଅବା ତୁମ୍ଭେମାନେ ଯେପରି ଉନ୍ନତ ହୁଅ, ଏଥିନିମନ୍ତେ ମୁଁ ଆପଣାକୁ ନମ୍ର କରି ଯେ ବିନାମୂଲ୍ୟରେ ତୁମ୍ଭମାନଙ୍କ ନିକଟରେ ଈଶ୍ବରଙ୍କ ସୁସମାଚାର ପ୍ରଚାର କଲି, ଏଥିରେ କଅଣ ପାପ କଲି?

8ତୁମ୍ଭମାନଙ୍କର ସେବା କରିବା ନିମନ୍ତେ ମୁଁ ଅନ୍ୟାନ୍ୟ ମଣ୍ଡଳୀ-ସମୂହରୁ ବେତନ ଗ୍ରହଣ କରି ସେମାନଙ୍କୁ ଲୁଣ୍ଠନ କଲି,

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.