୨ କରିନ୍ଥୀୟ 11

ଅବା ତୁମ୍ଭେମାନେ ଯେପରି ଉନ୍ନତ ହୁଅ, ଏଥିନିମନ୍ତେ ମୁଁ ଆପଣାକୁ ନମ୍ର କରି ଯେ ବିନାମୂଲ୍ୟରେ ତୁମ୍ଭମାନଙ୍କ ନିକଟରେ ଈଶ୍ବରଙ୍କ ସୁସମାଚାର ପ୍ରଚାର କଲି, ଏଥିରେ କଅଣ ପାପ କଲି?

2 Corinthians 11:7 (UKJV) Have I committed an offence in abasing myself that all of you might be exalted, because I have preached to you the gospel of God freely?

5କାରଣ ସେହି ଶ୍ରେଷ୍ଠତର ପ୍ରେରିତମାନଙ୍କଠାରୁ ମୁଁ ଯେକୌଣସି ପ୍ରକାରେ କ୍ଷୁଦ୍ର ନୁହେଁ, ଏହା ମନେ କରୁଅଛି।

6କିନ୍ତୁ ଯଦ୍ୟପି ମୁଁ ବକ୍ତୃତାରେ ପାରଙ୍ଗମ ନୁହେଁ, ତଥାପି ମୁଁ ଜ୍ଞାନରେ ଅପାରଙ୍ଗମ ନୁହେଁ ପ୍ରକୃତରେ ଆମ୍ଭେମାନେ ସମସ୍ତ ପ୍ରକାରେ ସମସ୍ତ ବିଷୟରେ ତୁମ୍ଭମାନଙ୍କ ପ୍ରତି ଏହା ପ୍ରକାଶ କଲୁ।

7ଅବା ତୁମ୍ଭେମାନେ ଯେପରି ଉନ୍ନତ ହୁଅ, ଏଥିନିମନ୍ତେ ମୁଁ ଆପଣାକୁ ନମ୍ର କରି ଯେ ବିନାମୂଲ୍ୟରେ ତୁମ୍ଭମାନଙ୍କ ନିକଟରେ ଈଶ୍ବରଙ୍କ ସୁସମାଚାର ପ୍ରଚାର କଲି, ଏଥିରେ କଅଣ ପାପ କଲି?

8ତୁମ୍ଭମାନଙ୍କର ସେବା କରିବା ନିମନ୍ତେ ମୁଁ ଅନ୍ୟାନ୍ୟ ମଣ୍ଡଳୀ-ସମୂହରୁ ବେତନ ଗ୍ରହଣ କରି ସେମାନଙ୍କୁ ଲୁଣ୍ଠନ କଲି,

9କିନ୍ତୁ ମୁଁ ତୁମ୍ଭମାନଙ୍କ ମଧ୍ୟରେ ଥିବା ସମୟରେ ଯେତେବେଳେ ଅଭାବଗ୍ରସ୍ତ ହୋଇଥିଲି, ସେତେବେଳେ ମୁଁ କୌଣସି ଲୋକର ଭାର ସ୍ୱରୂପ ହୋଇ ନ ଥିଲି, କାରଣ ମାକିଦନିଆରୁ ଭାଇମାନେ ଆସି ମୋହର ଅଭାବ ପୂରଣ କରିଥିଲେ, ପୁଣି, କୌଣସି ବିଷୟରେ ତୁମ୍ଭମାନଙ୍କର ଭାର ସ୍ୱରୂପ ନ ହେବାକୁ ଆପଣା ବିଷୟରେ ଜାଗ୍ରତ ହୋଇଥିଲି, ଆଉ ଜାଗ୍ରତ ହୋଇ ରହିବି।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.