13କାରଣ ମୁଁ ନିଜେ ଯେ ତୁମ୍ଭମାନଙ୍କର ଭାର ସ୍ୱରୂପ ହୋଇ ନାହିଁ, ଏହି ଗୋଟିଏ ବିଷୟ ଛଡ଼ା ଅବଶିଷ୍ଟ ମଣ୍ଡଳୀ-ସମୂହଠାରୁ ତୁମ୍ଭେମାନେ କାହିଁରେ ନିକୃଷ୍ଟ ହୋଇଅଛ? ମୋହର ଏହି ଦୋଷ କ୍ଷମା କର।
14ଦେଖ, ମୁଁ ତୁମ୍ଭମାନଙ୍କ ନିକଟକୁ ଯିବା ନିମନ୍ତେ ଏହି ତୃତୀୟ ଥର ପ୍ରସ୍ତୁତ ଅଛି, ଆଉ ମୁଁ ତୁମ୍ଭମାନଙ୍କର ଭାର ସ୍ୱରୂପ ହେବି ନାହିଁ, କାରଣ ମୁଁ ତୁମ୍ଭମାନଙ୍କର ଧନ ନ ଖୋଜି ତୁମ୍ଭମାନଙ୍କୁ ଖୋଜୁଅଛି। ଯେଣୁ ସନ୍ତାନସନ୍ତତିମାନଙ୍କର ପିତାମାତାମାନଙ୍କ ନିମନ୍ତେ ସଞ୍ଚୟ କରିବା ଉଚିତ୍ ନୁହେଁ, ମାତ୍ର ସନ୍ତାନସନ୍ତତିମାନଙ୍କ ନିମନ୍ତେ ପିତାମାତାଙ୍କର ସଞ୍ଚୟ କରିବା ଉଚିତ।
15ଆଉ, ମୁଁ ତୁମ୍ଭମାନଙ୍କ ଆତ୍ମା ନିମନ୍ତେ ମହାନନ୍ଦରେ ବ୍ୟୟ କରିବି, ହଁ, ମୋହର ପ୍ରାଣ ସୁଦ୍ଧା ବ୍ୟୟ କରିବି। ମୁଁ ତୁମ୍ଭମାନଙ୍କୁ ଅଧିକ ପ୍ରଚୁରଭାବେ ପ୍ରେମ କରୁଅଛି ବୋଲି କଅଣ ଊଣା ପ୍ରେମ ପ୍ରାପ୍ତ ହେଉଅଛି?
16କିନ୍ତୁ ଯାହା ହେଉ, ମୁଁ ନିଜେ ତୁମ୍ଭମାନଙ୍କୁ ଭାରଗ୍ରସ୍ତ କଲି ନାହିଁ, ମାତ୍ର ଧୂର୍ତ୍ତ ହୋଇ ମୁଁ ତୁମ୍ଭମାନଙ୍କୁ ଛଳରେ ଧରିଲି!
17ମୁଁ ତୁମ୍ଭମାନଙ୍କ ନିକଟକୁ ଯେଉଁମାନଙ୍କୁ ପଠାଇଅଛି, ସେମାନଙ୍କ ମଧ୍ୟରୁ କୌଣସି ଜଣକ ଦ୍ୱାରା କି ତୁମ୍ଭମାନଙ୍କଠାରୁ କିଛି ଲାଭ କରିଅଛି?