୨ କରିନ୍ଥୀୟ 12

କାରଣ କାଳେ ଅବା ମୁଁ ଉପସ୍ଥିତ ହେଲେ, ତୁମ୍ଭମାନଙ୍କୁ ଯେପରି ଦେଖିବାକୁ ଇଚ୍ଛା କରୁଅଛି, ସେପରି ତୁମ୍ଭମାନଙ୍କୁ ନ ଦେଖେ, ଆଉ, ତୁମ୍ଭେମାନେ ମୋତେ ଯେପରି ଦେଖିବାକୁ ଇଚ୍ଛା ନ କର, ସେପରି ମୋତେ ଦେଖ, ଏଥିପାଇଁ ମୁଁ ଭୟ କରୁଅଛି; କାଳେ ଅବା ବିବାଦ, ଈର୍ଷା, କ୍ରୋଧ, ଦଳାଦଳି, ପରନିନ୍ଦା, କାନକୁହାକୋହି, ଦାମ୍ଭିକତା, ଗଣ୍ଡଗୋଳ ହୁଏ;

2 Corinthians 12:20 (UKJV) For I fear, lest, when I come, I shall not find you such as I would, and that I shall be found unto you such as all of you would not: lest there be debates, envyings, wraths, strifes, backbitings, whisperings, swellings, tumults:

18ମୁଁ ତୀତସଙ୍କୁ ଯିବା ନିମନ୍ତେ ଅନୁରୋଧ କରିଥିଲି, ପୁଣି, ତାହାଙ୍କ ସହିତ ସେହି ଭାଇଙ୍କୁ ପଠାଇଥିଲି। ତୀତସ କି ତୁମ୍ଭମାନଙ୍କଠାରୁ କିଛି ଲାଭ କରିଅଛନ୍ତି? ଆମ୍ଭେମାନେ କଅଣ ଏକ ଆତ୍ମାରେ ଆଚରଣ କରି ନାହୁଁ? ଆମ୍ଭେମାନେ କଅଣ ଏକ ପଦଚିହ୍ନରେ ଗମନ କରି ନାହୁଁ?

19ଏପର୍ଯ୍ୟନ୍ତ ତୁମ୍ଭେମାନେ ଭାବୁଅଛ ଯେ, ଆମ୍ଭେମାନେ ତୁମ୍ଭମାନଙ୍କ ନିକଟରେ ଦୋଷ କଟାଉଅଛୁ। ଈଶ୍ବରଙ୍କ ସାକ୍ଷାତରେ ଖ୍ରୀଷ୍ଟଙ୍କ ସେବକ ସ୍ୱରୂପେ ଆମ୍ଭେମାନେ କଥା କହୁଅଛୁ। କିନ୍ତୁ ହେ ପ୍ରିୟମାନେ, ସମସ୍ତ ବିଷୟ ତୁମ୍ଭମାନଙ୍କ ନିଷ୍ଠା ନିମନ୍ତେ କହୁଅଛୁ।

20କାରଣ କାଳେ ଅବା ମୁଁ ଉପସ୍ଥିତ ହେଲେ, ତୁମ୍ଭମାନଙ୍କୁ ଯେପରି ଦେଖିବାକୁ ଇଚ୍ଛା କରୁଅଛି, ସେପରି ତୁମ୍ଭମାନଙ୍କୁ ନ ଦେଖେ, ଆଉ, ତୁମ୍ଭେମାନେ ମୋତେ ଯେପରି ଦେଖିବାକୁ ଇଚ୍ଛା ନ କର, ସେପରି ମୋତେ ଦେଖ, ଏଥିପାଇଁ ମୁଁ ଭୟ କରୁଅଛି; କାଳେ ଅବା ବିବାଦ, ଈର୍ଷା, କ୍ରୋଧ, ଦଳାଦଳି, ପରନିନ୍ଦା, କାନକୁହାକୋହି, ଦାମ୍ଭିକତା, ଗଣ୍ଡଗୋଳ ହୁଏ;

21କାଳେ ମୁଁ ପୁନର୍ବାର ଉପସ୍ଥିତ ହେଲେ ମୋହର ଈଶ୍ବର ତୁମ୍ଭମାନଙ୍କ ସମ୍ବନ୍ଧରେ ମୋତେ ପୁନର୍ବାର ଅବନତ କରନ୍ତି, ପୁଣି, ଯେଉଁମାନେ ପୂର୍ବରେ ପାପ କରିଅଛନ୍ତି, ଆଉ ଆପଣା ଆପଣା କୃତ ଅଶୁଚିତା, ବ୍ୟଭିଚାର ଓ କାମୁକତା ସକାଶେ ଅନୁତାପ କରି ନାହାନ୍ତି, ଏପରି ଅନେକ ଲୋକଙ୍କ ନିମନ୍ତେ ମୁଁ ଶୋକ କରେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.