19ଏପର୍ଯ୍ୟନ୍ତ ତୁମ୍ଭେମାନେ ଭାବୁଅଛ ଯେ, ଆମ୍ଭେମାନେ ତୁମ୍ଭମାନଙ୍କ ନିକଟରେ ଦୋଷ କଟାଉଅଛୁ। ଈଶ୍ବରଙ୍କ ସାକ୍ଷାତରେ ଖ୍ରୀଷ୍ଟଙ୍କ ସେବକ ସ୍ୱରୂପେ ଆମ୍ଭେମାନେ କଥା କହୁଅଛୁ। କିନ୍ତୁ ହେ ପ୍ରିୟମାନେ, ସମସ୍ତ ବିଷୟ ତୁମ୍ଭମାନଙ୍କ ନିଷ୍ଠା ନିମନ୍ତେ କହୁଅଛୁ।
20କାରଣ କାଳେ ଅବା ମୁଁ ଉପସ୍ଥିତ ହେଲେ, ତୁମ୍ଭମାନଙ୍କୁ ଯେପରି ଦେଖିବାକୁ ଇଚ୍ଛା କରୁଅଛି, ସେପରି ତୁମ୍ଭମାନଙ୍କୁ ନ ଦେଖେ, ଆଉ, ତୁମ୍ଭେମାନେ ମୋତେ ଯେପରି ଦେଖିବାକୁ ଇଚ୍ଛା ନ କର, ସେପରି ମୋତେ ଦେଖ, ଏଥିପାଇଁ ମୁଁ ଭୟ କରୁଅଛି; କାଳେ ଅବା ବିବାଦ, ଈର୍ଷା, କ୍ରୋଧ, ଦଳାଦଳି, ପରନିନ୍ଦା, କାନକୁହାକୋହି, ଦାମ୍ଭିକତା, ଗଣ୍ଡଗୋଳ ହୁଏ;
21କାଳେ ମୁଁ ପୁନର୍ବାର ଉପସ୍ଥିତ ହେଲେ ମୋହର ଈଶ୍ବର ତୁମ୍ଭମାନଙ୍କ ସମ୍ବନ୍ଧରେ ମୋତେ ପୁନର୍ବାର ଅବନତ କରନ୍ତି, ପୁଣି, ଯେଉଁମାନେ ପୂର୍ବରେ ପାପ କରିଅଛନ୍ତି, ଆଉ ଆପଣା ଆପଣା କୃତ ଅଶୁଚିତା, ବ୍ୟଭିଚାର ଓ କାମୁକତା ସକାଶେ ଅନୁତାପ କରି ନାହାନ୍ତି, ଏପରି ଅନେକ ଲୋକଙ୍କ ନିମନ୍ତେ ମୁଁ ଶୋକ କରେ।