2ମୁଁ ଖ୍ରୀଷ୍ଟାଶ୍ରିତ ଜଣେ ଲୋକକୁ ଜାଣେ, ସେ ଚଉଦ ବର୍ଷ ପୂର୍ବେ ତୃତୀୟ ସ୍ୱର୍ଗ ପର୍ଯ୍ୟନ୍ତ ନୀତ ହେଲା, (ସେ ଶରୀରରେ ଥିଲା କି ଶରୀରର ବାହାରେ ଥିଲା, ମୁଁ ଜାଣେ ନାହିଁ; ଈଶ୍ବର ଜାଣନ୍ତି)।
3ହଁ, ମୁଁ ଏହିପରି ଜଣେ ଲୋକକୁ ଜାଣେ, ସେ ପାରଦୀଶକୁ ନୀତ ହେଲା (ସେ ଶରୀରରେ ଥିଲା କି ଶରୀରର ବାହାରେ ଥିଲା, ମୁଁ ଜାଣେ ନାହିଁ; ଈଶ୍ବର ଜାଣନ୍ତି)।
4ଆଉ ଯାହା ମନୁଷ୍ୟ ପକ୍ଷରେ କହିବା ବିଧେୟ ନୁହେଁ, ଏପରି ଅକଥନୀୟ ବାକ୍ୟ ଶ୍ରବଣ କଲା।
5ଏହିପରି ଜଣକ ବିଷୟରେ ମୁଁ ଦର୍ପ କରିବି, କିନ୍ତୁ ମୋʼ ନିଜ ବିଷୟରେ ମୋହର ଦୁର୍ବଳତା ବିନା ଆଉ କାହିଁରେ ଦର୍ପ କରିବି ନାହିଁ।
6ଆଉ ଦର୍ପ କରିବାକୁ ଇଚ୍ଛା କଲେ ହେଁ ମୁଁ ନିର୍ବୋଧ ହେବି ନାହିଁ, ଯେଣୁ ମୁଁ ସତ୍ୟ କହିବି କିନ୍ତୁ କାଳେ କୌଣସି ଲୋକ ମୋତେ ଯେପ୍ରକାର ଦେଖେ କିମ୍ବା ମୋʼଠାରୁ ଯେପ୍ରକାର ଶୁଣେ, ମୋʼ ପ୍ରତି ପ୍ରକାଶିତ ବିଷୟରେ ଅତ୍ୟଧିକ ଶ୍ରେଷ୍ଠତା ହେତୁ ଯେପରି ମୋʼ ବିଷୟରେ ଅଧିକ ବୋଧ ନ କରେ, ଏଥିପାଇଁ ମୁଁ କ୍ଷାନ୍ତ ହୋଇଥାଏ।